ଆଜି ରାଜ୍ୟରେ ଚିହ୍ନଟ ହେଲେ ଆଉ ନୂଆ ୬୯ ଜଣ କରୋନା ପଜିଟିଭ : ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୬ ହଜାର ୭୦୫କୁ ବୃଦ୍ଧି

0

ଭୁବନେଶ୍ୱର : ଆଜି ରାଜ୍ୟରେ ୨୪ ଘଣ୍ଟା ମଧ୍ୟରେ ୧୮ଟି ଜିଲ୍ଲାରୁ ୬୯ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ନୂଆ ୬୯ ଜଣ ଆକ୍ରାନ୍ତଙ୍କ ମଧ୍ୟରୁ ୪୧ ଜଣ କ୍ୱାରେଣ୍ଟାଇନ୍‌ରେ ଥିବା ବେଳେ ୨୮ ଜଣ ରୋଗୀ ସ୍ଥାନୀୟ ସଂକ୍ରମିତ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩ ଲକ୍ଷ ୩୬ ହଜାର ୭୦୫ କୁ ବୃଦ୍ଧି ପାଇଛି । ଏ ନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ସମ୍ବଲପୁରରୁ ସର୍ବାଧିକ ୧୨ ଓ ସୁନ୍ଦରଗଡରୁ ୧୧ । ଅନ୍ୟ ଜିଲାରୁ ଏକ ଅଙ୍କ ବିଶିଷ୍ଟ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଅନୁଗୁଳ ୨, ବାଲେଶ୍ୱର ୨, ବରଗଡ ୬, ବଲାଙ୍ଗୀର ୧, ବୌଦ୍ଧ ୧, କଟକ ୨,ଦେଓଗଡ ୪, ଗଜପତି ୧, ଯାଜପୁର ୪, ଝାରସୁଗୁଡା ୬, କଳାହାଣ୍ଡି ୧, ଖୋର୍ଦ୍ଧା ୩, ନୂଆପଡା ୫, ପୁରୀ ୨, ରାୟଗଡା ୨, ସୋନପୁର ୩ ଚିହ୍ନଟ ହୋଇଛନ୍ତି ।

Leave A Reply

Your email address will not be published.

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More