ଭୁବନେଶ୍ୱର : ଆଜି ରାଜ୍ୟରେ ୨୪ ଘଣ୍ଟା ମଧ୍ୟରେ ୨୩ ଟି ଜିଲ୍ଲାରୁ ୧୪୩ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ନୂଆ ୧୪୩ ଜଣ ଆକ୍ରାନ୍ତଙ୍କ ମଧ୍ୟରୁ ୮୪ ଜଣ କ୍ୱାରେଣ୍ଟାଇନ୍ରେ ଥିବା ବେଳେ ୫୯ ଜଣ ରୋଗୀ ସ୍ଥାନୀୟ ସଂକ୍ରମିତ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩ ଲକ୍ଷ ୩୩ ହଜାର ୮୬୬କୁ ବୃଦ୍ଧିହୋଇଛି । ଏ ନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।