ଆଜି ରାଜ୍ୟରେ ଆଉ ନୂଆ ୨୧୪ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି : ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୯ ହଜାର ୪୬୦କୁ ବୃଦ୍ଧି
ଭୁବନେଶ୍ୱର : ଚିନ୍ତା ବଢ଼ାଉଛି କରୋନା I ଦିନକୁ ଦିନ ଦ୍ରୁତ ଗତିରେ ବଢିବାରେ ଲାଗିଛି ସଂକ୍ରମଣ I ଦୀର୍ଘମାସ ପରେ ଗତକାଲି ସଂକ୍ରମିତଙ୍କ ସଂଖ୍ୟା ୧୫୦ ଟିପିଥିଲାବେଳେ ଆଜି ୨୦୦ ଟପିଛି । ଚିହ୍ନଟ ହୋଇଥିବା ନୂଆ ୨୧୪ ଜଣ ଆକ୍ରାନ୍ତଙ୍କ ମଧରେ ୧୨୬ ଜଣ କ୍ୱାରେଣ୍ଟିନରେ ଥିବାବେଳେ ୮୮ ଟି ଲୋକାଲ କେସ ଥିବା ରାଜ୍ୟ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ଏହାକୁ ମିଶାଇ ରାଜ୍ୟରେ ମୋଟ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୯ ହଜାର ୪୬୦କୁ ବୃଦ୍ଧି ପାଇଛି I