ଆଜି ରାଜ୍ୟରେ ଚିହ୍ନଟ ହେଲେ ଆଉ ୪୬୧ କରୋନା ପଜିଟିଭ୍ : ମୋଟ ଆକ୍ରାନ୍ତଙ୍କ ସଂକ୍ଷା ୩ ଲକ୍ଷ ୪୧ହଜାର ୭୭୨କୁ ବୃଦ୍ଧି

0

ଭୁବନେଶ୍ୱର : ରାଜ୍ୟରେ ଦିନକୁ ଦିନ ହୁହୁ ହୋଇ ବଢିଚାଲିଛି ସଂକ୍ରମଣ I ଆଜି ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୪୬୧ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩ଲକ୍ଷ ୪୧ହଜାର ୭୭୨୧ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୭୨ ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୧୮୯ ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।
ଚିହ୍ନଟ ହୋଇଥିବା ନୂଆ ୪୬୨ ଜଣ ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୨୭ଜଣ, ବାଲେଶ୍ୱର ଜିଲ୍ଲାରୁ ୧୬ଜଣ, ବରଗଡ଼ ଜିଲ୍ଲାରୁ ୩୨ଜଣ, ଭଦ୍ରକ ଜିଲ୍ଲାରୁ ୫ଜଣ, ବଲାଙ୍ଗୀର ଜିଲ୍ଲାରୁ ୩ଜଣ, କଟକ ଜିଲ୍ଲାରୁ ୨୨ଜଣ, ଗଞ୍ଜାମ ଜିଲ୍ଲାରୁ ୫ଜଣ, ଯାଜପୁର ଜିଲ୍ଲାରୁ ୮ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୧୩ଜଣ, କଳାହାଣ୍ଡି ଜିଲ୍ଲାରୁ ୩୬ଜଣ, କନ୍ଧମାଳ ଜିଲ୍ଲାରୁ୪ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୨ଜଣ, କେନ୍ଦୁଝର ଜିଲ୍ଲାରୁ ୨ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୬୯ଜଣ, କୋରାପୁଟ ଜିଲ୍ଲାରୁ ୪ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୪ଜଣ, ନବରଙ୍ଗପୁର ଜିଲ୍ଲାରୁ ୯ଜଣ, ନୟାଗଡ଼ ଜିଲ୍ଲାରୁ ଜଣେ, ନୂଆପଡ଼ା ଜିଲ୍ଲାରୁ ୮୬ଜଣ, ପୁରୀ ଜିଲ୍ଲାରୁ ୯ଜଣ, ରାୟଗଡ଼ା ଜିଲ୍ଲାରୁ ୭ଜଣ, ସମ୍ବଲପୁର ଜିଲ୍ଲାରୁ ୧୬ଜଣ, ସୋନପୁର ଜିଲ୍ଲାରୁ ୪ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୬୨ଜଣ ରହିଛନ୍ତି ।

Leave A Reply

Your email address will not be published.

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More