ଆଜି ରାଜ୍ୟରେ ୨୪ଘଣ୍ଟାରେ ଆଉ ୬୪୪ କରୋନା ପଜିଟିଭ ଚିହ୍ନଟ୍ : ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୧୬ ହଜାର ୬୪୫କୁ ବୃଦ୍ଧି

0

ଭୁବନେଶ୍ୱର : ରାଜ୍ୟରେ କରୋନା ସଂକ୍ରମଣ ହାର କମୁଛି । ସକ୍ରିୟ ରୋଗୀ ସଂଖ୍ୟା ଏବେ ଦିନକୁ ଦିନ ତଳମୁହାଁ ହେବାରେ ଲାଗିଛି । ଆଜି ରାଜ୍ୟରେ ୨୪ ଘଣ୍ଟା ମଧ୍ୟରେ ୩୦ ଟି ଜିଲ୍ଲାରୁ ୬୪୪ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ନୂଆ ଆକ୍ରନ୍ତଙ୍କ ମଧ୍ୟରୁ ୩୬୯ ଜଣ କ୍ୱାରେଣ୍ଟାଇନ୍‌ରେ ଥିବା ବେଳେ ୨୭୫ ରୋଗୀ ସ୍ଥାନୀୟ ସଂକ୍ରମିତ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩ ଲକ୍ଷ ୧୬ ହଜାର ୬୪୫ କୁ ବୃଦ୍ଧି କରିଛି । ଏ ନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

Leave A Reply

Your email address will not be published.

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More