କଳାହାଣ୍ଡି : କଳାହାଣ୍ଡି ଗରିବୀର ପରୀକ୍ଷାଗାର ନୁହେଁ, ଆଜି ବିକାଶର ମଡେଲ ହୋଇପାରିଛି ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି । ଆଜି ଦିନିକିଆ କଳାହାଣ୍ଡି ଗସ୍ତରେ ଯାଇ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ କଳାହାଣ୍ଡିରେ ୨୦୮୫ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପର ଉଦ୍ଘାଟନ ଓ ଶିଳାନ୍ୟାସ କରିଥିଲେ ।
ଆଜି ୫୪ଟି ପ୍ରକଳ୍ପର ମୁଖ୍ୟମନ୍ତ୍ରୀ ଉଦ୍ଘାଟନ କରିଥିବା ବେଳେ, ୫୨ଟି ପ୍ରକଳ୍ପର ଶିଳାନ୍ୟାସ କରିଥିଲେ । ଏହି ଅବସରରେ ଜୟପାଟଣା ବ୍ଲକ୍ର Mangalpur ଠାରେ ଆୟୋଜିତ ସଭାରେ ଉଦ୍ବୋଧନ ଦେଇ ମୁଖ୍ୟମନ୍ତ୍ରୀ ବିଜୁ ବାବୁଙ୍କର କଳାହାଣ୍ଡି ସହିତ ସଂପର୍କର ସ୍ମୃତିଚାରଣ କରିଥିଲେ ।