ଭୁବନେଶ୍ୱର : ଆଜି ରାଜ୍ୟରେ ୨୪ ଘଣ୍ଟା ମଧ୍ୟରେ ଚିହ୍ନଟ ହେଲେ ଆଉ ନୂଆ ୧୧୩ ଆକ୍ରାନ୍ତ । ଚିହ୍ନଟ ହୋଥିବା ନୂଆ ୧୧୩ ଜଣ ଆକ୍ରାନ୍ତଙ୍କ ମଧ୍ୟରୁ ୬୭ ଜଣ କ୍ୱାରେଣ୍ଟାଇନ୍ରେ ଥିବା ବେଳେ ୪୬ ଜଣ ରୋଗୀ ସ୍ଥାନୀୟ ସଂକ୍ରମିତ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩ ଲକ୍ଷ ୩୯ ହଜାର ୦୭୬ ଜଣକୁ ବୃଦ୍ଧି ପାଇଛି । ଏ ନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।