ଆଜିବି ରାଜ୍ୟରେ ୨୪ ଘଣ୍ଟାରେ ଚିହ୍ନଟ ହେଲେ ଆଉ ନୂଆ ୬୬ ଜଣ କରୋନା ସଂକ୍ରମିତ : ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୮ ହଜାର ୨୫୮କୁ ବୃଦ୍ଧି
ଭୁବନେଶ୍ୱର : ଆଜି ରାଜ୍ୟରେ ୨୪ ଘଣ୍ଟା ମଧ୍ୟରେ ୧୩ ଟି ଜିଲ୍ଲାରୁ ଆଉ ୬୬ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ନୂଆ ୬୬ଜଣ ଆକ୍ରାନ୍ତଙ୍କ ମଧ୍ୟରୁ ୩୯ ଜଣ କ୍ୱାରେଣ୍ଟାଇନ୍ରେ ଥିବା ବେଳେ ୨୭ ଜଣ ରୋଗୀ ସ୍ଥାନୀୟ ସଂକ୍ରମିତ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩ ଲକ୍ଷ ୩୮ ହଜାର ୨୫୮ ଜଣକୁ ବଢ଼ିଛି । ଏ ନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।