ଆଜି ଓଡ଼ିଶାରେ ଗତ ୨୪ ଘଣ୍ଟାରେ ୧୭୮୪ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି : ମୋଟ ଆକ୍ରାନ୍ତନକ ସଂଖ୍ୟା ୩ ଲକ୍ଷ ୫୩ହଜାର ୦୮୬କୁ ବୃଦ୍ଧି

0

ଭୁବନେଶ୍ୱର : ଆଜି ରାଜ୍ୟରେ ୨୪ ଘଣ୍ଟା ମଧ୍ୟରେ ୧୭୮୪ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ I ଚିହ୍ନଟ ହୋଇଥିବା ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୧୦୩୫ ଜଣ କ୍ୱାରେଣ୍ଟାଇନ୍‌ରେ ଥିଲେ। ବାକି ୭୪୯ଟି ହେଉଛି ଲୋକାଲ କେସ୍‌ ରହିଛି । ନୂଆପଡ଼ାରେ ସର୍ବାଧିକ ୩୦୩ ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେହିପରି କରୋନାରେ ଆକ୍ରାନ୍ତଙ୍କ ହୋଇ ଆଉ ୨ ଜଣଙ୍କର ମୃତ୍ୟୁ ଘଟିଛି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୫୩ହଜାର ୦୮୬ରେ ପହଂଚିଛି I ଏ ନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

ଚିହ୍ନଟ ହୋଇଥିବା ନୂଆ ୧୭୮୪ ଜଣ ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୨୦ଜଣ, ବାଲେଶ୍ୱର ଜିଲ୍ଲାରୁ ୭୨ଜଣ, ବରଗଡ଼ ଜିଲ୍ଲାରୁ ୮୭ଜଣ, ଭଦ୍ରକ ଜିଲ୍ଲାରୁ ୩୦ଜଣ, ବଲାଙ୍ଗୀର ଜିଲ୍ଲାରୁ ୯୧ଜଣ, ବୌଦ୍ଧ ଜିଲ୍ଲାରୁ ୪ଜଣ, କଟକ ଜିଲ୍ଲାରୁ ୫୯ଜଣ, ଦେଓଗଡ଼ ଜିଲ୍ଲାରୁ ୧୨ଜଣ, ଢେଙ୍କାନାଳ ଜିଲ୍ଲରାୁ ୨ଜଣ, ଗଜପତି ଜିଲ୍ଲାରୁ ୧୬ଜଣ, ଗଞ୍ଜାମ ଜିଲ୍ଲାରୁ ୮୦ଜଣ, ଜଗତସିଂହପୁର ଜିଲ୍ଲାରୁ ୭ଜଣ, ଯାଜପୁର ଜିଲ୍ଲାରୁ ୩୩ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୧୦ଜଣ, କଳାହାଣ୍ଡି ଜିଲ୍ଲାରୁ ୬୮ଜଣ, କନ୍ଧମାଳ ଜିଲ୍ଲାରୁ ୧୩ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୧୮ଜଣ, କେନ୍ଦୁଝର ଜିଲ୍ଲାରୁ ୫୪ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୨୦୧ଜଣ, କୋରାପୁଟ ଜିଲ୍ଲାରୁ ୧୦ଜଣ, ମାଲକାନଗିରି ଜିଲ୍ଲାରୁ ଜଣେ, ମୟୁରଭଞ୍ଜ ଜିଲ୍ଲାରୁ ୨୭ଜଣ, ନବରଙ୍ଗପୁର ଜିଲ୍ଲାରୁ ୬୭ଜଣ, ନୟାଗଡ଼ ଜିଲ୍ଲାରୁ ୧୪ଜଣ, ନୂଆପଡ଼ା ଜିଲ୍ଲାରୁ ୩୦୩ଜଣ, ପୁରୀ ଜିଲ୍ଲାରୁ ୫୩ଜଣ, ରାୟଗଡ଼ା ଜିଲ୍ଲାରୁ ୨୫ଜଣ, ସମ୍ବଲପୁର ଜିଲ୍ଲାରୁ ୧୧୪ଜଣ, ସୋନପୁର ଜିଲ୍ଲାରୁ ୪ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୨୪୧ଜଣ, ଷ୍ଟେଟ୍‌ ପୁଲ୍‌ରୁ ୪୬ଜଣ ରହିଛନ୍ତି ।

Leave A Reply

Your email address will not be published.

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More