ଭୁବନେଶ୍ୱର : ଆଜି ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ନୂଆ ୫୭ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ନୂଆ ୫୭ ଜଣ ଆକ୍ରାନ୍ତଙ୍କ ମଧ୍ୟରୁ ୩୪ ଜଣ କ୍ବାରେଣ୍ଟାଇନ୍ରେ ରହିଥିବା ବେଳେ ୨୩ ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩ଲକ୍ଷ ୩୭ହଜାର ୮୬୦ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି ।