ଆଜି ରାଜ୍ୟରେ ଚିହ୍ନଟ ହେଲେ ଆଉ ୮୬ ଜଣ କରୋନା ପଜିଟିଭ : ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୭ ହଜାର ୨୭୭ ଜଣକୁ ବୃଦ୍ଧି

0

ଭୁବନେଶ୍ୱର : ରାଜ୍ୟରେ ଏବେ ଦିନକୁ ଦିନ ଆକ୍ଟିଭ କେସ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି । ଆଜି ରାଜ୍ୟରେ ଚିହ୍ନଟ ହେଲେ ଆଉ ନୂଆ ୮୬ ଜଣ କରୋନା ପଜିଟିଭ । ଚିହ୍ନଟ ହୋଇଥିବା ନୂଆ ୮୬ ଆକ୍ରନ୍ତଙ୍କ ମଧ୍ୟରୁ ୫୦ ଜଣ କ୍ୱାରେଣ୍ଟାଇନ୍‌ରେ ଥିବା ବେଳେ ୩୬ ଜଣ ରୋଗୀ ସ୍ଥାନୀୟ ସଂକ୍ରମିତ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩ ଲକ୍ଷ ୩୭ ହଜାର ୨୭୭ କୁ ବୃଦ୍ଧି । ଏ ନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

ଚିହ୍ନଟ ହୋଥିବା ଆକ୍ରନ୍ତଙ୍କ ମଧ୍ୟରୁ ସମ୍ବଲପୁରରୁ ୧୬ ଜଣ, ପୁରୀରୁ ୧୨ ଜଣ, କଟରୁ ୯ ଜଣ, ମୟୂରଭଞ୍ଜରୁ ୮ ଜଣ, ବରଗଡ଼ ଓ ଝାରସୁଗୁଡା ଜିଲ୍ଲାରୁ ୭ ଜଣ ଲେଖାଏଁ, ସୁନ୍ଦରଗଡ଼ରୁ ୬ ଜଣ, ଖୋର୍ଦ୍ଧାରୁ ୫ ଜଣ, ଯାଜପୁରରୁ ୪ ଜଣ, ଦେବଗଡ଼ରୁ ୩ ଜଣ, ଅନୁଗୁଳ, ବରଗଡ଼, କେନ୍ଦୁଝର, ନୂଆପଡ଼ା ଓ ସୋନପୁର ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଷ୍ଟେଟ୍ ପୋଲରୁ ଜଣେ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି ।

Leave A Reply

Your email address will not be published.

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More