ଆଜି ରାଜ୍ୟରେ ୨୩ ଜିଲ୍ଲାରୁ ୫୪୩ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ

0

ଭୁବନେଶ୍ୱର : ଆଜି ରାଜ୍ୟରେ ୨୩ ଜିଲ୍ଲାରୁ ୫୪୩ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ୩୫୪ ଜଣ କ୍ୱାରେଣ୍ଟାଇନ୍‌ରେ ଥିବା ବେଳେ ୧୮୯ ରୋଗୀ ସ୍ଥାନୀୟ ସଂକ୍ରମିତ ହୋଇଛନ୍ତି ଏ ନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

ଆଜି ରାଜ୍ୟରେ ଚିହ୍ନଟ ହୋଇଥିବା ୫୪୩ ସଂକ୍ରମିତଙ୍କ ମଧ୍ୟରୁ ଗଞ୍ଜାମରୁ ୧୮୮ଜଣ, ଖୋର୍ଦ୍ଧାରୁ ୮୭ ଜଣ, ସୁନ୍ଦରଗଡ଼ରରୁ ୫୨ ଜଣ, କଟକରୁ ୩୯ ଜଣ, ଗଜପତିରୁ ୨୯ଜଣ, ରାୟଗଡ଼ାରୁ ୨୪ ଜଣ, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାରୁ ୨୨ ଜଣ ଲେଖାଏଁ, ଜଗତସିଂହପୁରରୁ ୧୫ ଜଣ, ମାଲକାନଗିରିରୁ ୧୧ଜଣ, କେନ୍ଦ୍ରାପଡ଼ାରୁ ୧୦ ଜଣ, ବାଲେଶ୍ବରରୁ ୮ଜଣ, ବୌଦ୍ଧ ଓ ପୁରୀରୁ ୭ଜଣ ଲେଖାଏଁ, ଝାରସୁଗୁଡାରୁ ୬ ଜଣ, ବଲାଙ୍ଗୀରରୁ ୫ଜଣ, ବରଗଡ଼ରୁ ୩ଜଣ, ସମ୍ବଲପର ଓ ଢ଼େଙ୍କାନାଳରୁ ୨ଜଣ ଲେଖାଏଁ, ଅନୁଗୁଳ, ଭଦ୍ରକ, ଯାଜପୁର ଓ ନୟାଗଡ଼ ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

Leave A Reply

Your email address will not be published.

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More