ଆଜି ରାଜ୍ୟରେ ୨୬ ଜିଲ୍ଲାରୁ ୫୨୭ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ : ଆକ୍ରାନ୍ତଙ୍କ ସଂଖ୍ୟା ୧୦,୬୨୪କୁ ବୃଦ୍ଧି

0

ଭୁବନେଶ୍ୱର : ଆଜି ରାଜ୍ୟରେ ୨୬ ଜିଲ୍ଲାରୁ ୫୨୭ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ଜଣାଯାଇଛି । ସେମଧ୍ୟରୁ ୩୩୮ ଜଣ ସଙ୍ଗରୋଧ କେନ୍ଦ୍ରରୁ ହୋଇଥିବା ବେଳେ ଆଉ ୧୮୯ ହେଉଛନ୍ତି ସ୍ଥାନୀୟ ବାସିନ୍ଦା । ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୩୦୮୬୯୮ ଜଣଙ୍କ ଟେଷ୍ଟ ସାରିଥିବା ବେଳେ ସେଥିମଧ୍ୟରୁ ୧୦୬୨୪ ଟି ପଜିଟିଭ କେଶ ବାହାରିଛି ଜ୍ଝ ୬୭୦୩ ଜଣ ଆରୋଗ୍ୟ ଲାଭ କରିସାରିଥିବା ବେଳେ ୩୮୬୦ ଟି ଆକ୍ଟିଭ କେସ ରହିଛି ।
ଚିହ୍ନଟ ହୋଇଥିବା ନୂଆ ୫୨୭ ଜଣଙ୍କ ମଧ୍ୟରୁ ଗଞ୍ଜାମ ଜିଲ୍ଲାରୁ ସର୍ବାଧିକ ୨୧୫, ଅନୁଗୁଳ ଜିଲ୍ଲାରୁ ୧, ବାଲେଶ୍ୱର ଜିଲ୍ଲାରୁ ୨୬, ବରଗଡ଼ ଜିଲ୍ଲାରୁ ୧, ଭଦ୍ରକ ଜିଲ୍ଲାରୁ ୨, ବଲାଙ୍ଗୀର ଜିଲ୍ଲାରୁ ୨୧, କଟକ ଜିଲ୍ଲାରୁ ୧୭, ଢେଙ୍କାନାଳ ଜିଲ୍ଲାରୁ ୧, ଗଜପତି ଜିଲ୍ଲାରୁ ୩, ଜଗତସିଂହପୁର ଜିଲ୍ଲାରୁ ୪, ଯାଜପୁର ଜିଲ୍ଲାରୁ ୨୫, ଝାରସୁଗୁଡ଼ା ଜିଲ୍ଲାରୁ ୪, କେନ୍ଦ୍ରାପଡ଼ା ଜିଲ୍ଲାରୁ ୫, କେନ୍ଦୁଝର ଜିଲ୍ଲାରୁ ୭, ଖୋର୍ଦ୍ଧା ଜିଲ୍ଲାରୁ ୫୦, କୋରାପୁଟ ଜିଲ୍ଲାରୁ ୬, ମାଲକାନଗିରି ଜିଲ୍ଲାରୁ ୩, ମୟୂରଭଞ୍ଜ ଜିଲ୍ଲାରୁ ୧୦, ନବରଙ୍ଗପୁର ଜିଲ୍ଲାରୁ ୩, ନୟାଗଡ଼ ଜିଲ୍ଲାରୁ ୧୮, ନୂଆପଡ଼ ଜିଲ୍ଲାରୁ ୪, ପୁରୀ ଜିଲ୍ଲାରୁ ୧୬, ରାୟଗଡ଼ା ଜିଲ୍ଲାରୁ ୧, ସମ୍ବଲପୁର ଜିଲ୍ଲାରୁ ୧, ସୋନପୁର ଜିଲ୍ଲାରୁ ୫, ସୁନ୍ଦରଗଡ଼ ଜିଲ୍ଲାରୁ ୭୮ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି ।

Leave A Reply

Your email address will not be published.

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More