ବାତିଲ ହେଲା ଆଇପିଏଲ୍ ଚଳିତ ସିଜନ୍ । ଏକାଧିକ ଖେଳାଳି କରୋନା ଆକ୍ରାନ୍ତ ପରେ ବାତିଲ ହେଲା ଆଇପିଏଲ । ସୋମବାର କୋଲକାତା ନାଇଟ୍ ରାଇଡର୍ସର ଦୁଇ ଖେଳାଳି ବରୁଣ ଚକ୍ରବର୍ତ୍ତୀ ଓ ସନ୍ଦୀପ ଓ୍ଵାରିୟର କୋଭିଡ୍-୧୯ ପଜିଟିଭ୍ ଚିହ୍ନଟ ହୋଇଥିଲେ। ଏହା ପରେ ସୋମବାର କେକେଆର ଏବଂ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର ମଧ୍ୟରେ ଖେଳାଯିବାକୁ ଥିବା ମୁକାବିଲା ସ୍ଥଗିତ ରଖା ଯାଇଥିଲା । ଏହା ବ୍ୟତୀତ ଚେନ୍ନାଇ ସୁପରକିଙ୍ଗ୍ସର ତିନି ସଦସ୍ୟ କରୋନା ସଂକ୍ରମିତ ହୋଇଛନ୍ତି । ମଙ୍ଗଳବାର ମୁମ୍ବାଇ ଇଣ୍ଡିଆନ୍ସ ଓ ସନରାଇଜର୍ସ ହାଇଦ୍ରାବାଦ ବିପକ୍ଷ ମ୍ୟାଚ୍ ପୂର୍ବରୁ ହାଇଦ୍ରାବାଦର ୨ ଖେଳାଳି ପଜିଟିଭ୍ ଚିହ୍ନଟ ହୋଇଥିଲେ । ଦେଶରେ ବଢୁଥିବା କରୋନା ସଂକ୍ରମଣ ପରେ ମଧ୍ୟ ଆଇପିଏଲ୍ ବାତିଲ୍ ହୋଇନଥିଲା I ତେବେ ଏହାରି ମଧ୍ୟରେ ଅନେକ ଖେଳାଳୀ କରୋନାରେ ସଂକ୍ରମିତ ହେଲେଣି । ବିସିସିଆଇ ଉପସଭାପତି ରାଜୀବ ଶୁକ୍ଳାଙ୍କ ପକ୍ଷରୁ ଏନେଇ ଦିଆଗଲା ସୂଚନା ।