ଭୁବନେଶ୍ୱର: ଗତକାଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ 2023 ପୁରୁଷ ବିଶ୍ବକପ୍ ହକି ପାଇଁ ପ୍ରସ୍ତୁତିର ଶୁଭାରମ୍ଭ କରିଛନ୍ତି I ଦିନିକିଆ ସୁନ୍ଦରଗଡ ଗସ୍ତରେ ଯାଇ ମୁଖ୍ୟମନ୍ତ୍ରୀ ଜିଲ୍ଲା ପାଇଁ ୫ ହଜାର କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପର ଶୁଭାରମ୍ଭ କରିଛନ୍ତି । ରାଉରକେଲା ଠାରେ ୨୦୨୩ ପୁରୁଷ ବିଶ୍ବକପ୍ ହକି ଆୟୋଜନକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ସେଠାରେ ଆନ୍ତର୍ଜାତୀୟ ମାନର ଷ୍ଟାଡିଅମର ଶିଳାନ୍ୟାସ କରିଛନ୍ତି । ଏହି ନୂତନ ଷ୍ଟାଡିଅମ ବିଶିଷ୍ଟ ସଂଗ୍ରାମୀ ବିର୍ସା ମୁଣ୍ଡାଙ୍କ ନାମରେ ନାମିତ କରାଗଲା ବୋଲି ଏହି ଅବସରରେ ମୁଖ୍ୟମନ୍ତ୍ରୀ ଘୋଷଣା କରିଥିଲେ । ଏହି stadium ଦେଶର ସବୁଠାରୁ ବଡ଼ ହକି stadium ହେବ । ଏହି ଷ୍ଟାଡିଅମ ଯୁବ ସମାଜ ମଧ୍ୟରେ ପ୍ରେରଣା ସୃଷ୍ଟି କରିବା ସହିତ ବଡ ବଡ ସ୍ବପ୍ନ ଦେଖିବା ଓ ବଡ ବଡ କାମ କରିବା ପାଇଁ ଉତ୍ସାହ ସୃଷ୍ଟି କରିବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ ।