ରାଜ୍ୟରେ ଆଉ ୫୧ କରୋନା ଆକ୍ରାନ୍ତ ଚିହ୍ନଟ : ଆକ୍ରାନ୍ତଙ୍କ ସଂଖ୍ୟା ୧୧୦୩ କୁ ବୃଦ୍ଧି, ଏହାସହ କରୋନା ମୃତ୍ୟୁ ସଂଖ୍ୟା ୭କୁ ବୃଦ୍ଧି

0

ଭୁବନେଶ୍ୱର : ରାଜ୍ୟରେ ଆଉ ୫୧ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଆକ୍ରାନ୍ତଙ୍କ ସଂଖ୍ୟା ୧୧୦୩ କୁ ବୃଦ୍ଧି ହୋଇଛି I ସେହିପରି କରୋନାରେ ଆଉ ଜଣଙ୍କର ମୃତ୍ୟୁ ମଧ୍ୟ ହୋଇଛି । ମୃତକ ଜଣକ ଗଞ୍ଜାମ ଜିଲ୍ଲାର ହୋଇଥିବା ସୂଚନା । ଏହାସହ ଓଡ଼ିଶାରେ କରୋନାଓ ମୃତ୍ୟୁ ସଂଖ୍ୟା ୭କୁ ବୃଦ୍ଧିପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ନୂଆ ୫୧ କରୋନା ଆକ୍ରାନ୍ତଙ୍କ ମଧ୍ୟରେ ଗଞ୍ଜାମ ଜିଲ୍ଲାରୁ ୪ଜଣ, ଯାଜପୁରରୁ ୫ଜଣ, କଟକରୁ ୯ଜଣ, ପୁରୀରୁ ଜଣେ, ଜଗତସିଂହପୁରରୁ ୨ଜଣ, ନୟାଗଡ଼ରୁ ୧୧ଜଣ, ଅନୁଗୁଳରୁ ୨ଜଣ, ସମ୍ବଲପୁରରୁ ୨ଜଣ, ମାଲକାନଗିରିରୁ ଜଣେ, କଳାହାଣ୍ଡିରୁ ୧୧ଜଣ, ମୟୂରଭଞ୍ଜରୁ ୩ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।
ଉଲ୍ଲେଖଯୋଗ୍ୟ ଯେ ରାଜ୍ୟରେ ୧୧୦୩ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସେମାନଙ୍କ ମଧ୍ୟରୁ ୩୪୩ଜଣ ସୁସ୍ଥ ହୋଇଛନ୍ତି ଓ ୭ଜଣଙ୍କର ମୃତ୍ୟୁ ହୋଇଛି । ବର୍ତ୍ତମାନ ରାଜ୍ୟରେ ୭୫୩ ଆକ୍ଟିଭ୍ କେସ୍ ରହିଛି ।

Leave A Reply

Your email address will not be published.

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More