୧୦ ଜିଲ୍ଲାକୁ ସତର୍କ ସୂଚନା : ବଜ୍ରପାତ ହେବା ସହିତ ଘୂର୍ଣ୍ଣିଝଡ଼ ହେବାର ସମ୍ଭାବନା

0

ଭୁବନେଶ୍ୱର : ସୋମବାର ଉପକୂଳ ଓଡ଼ିଶା ସମେତ ୧୦ଟି ଜିଲ୍ଲାରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି । ୬ଟି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ବଜ୍ରପାତ ହେବା ସହିତ ଘୂର୍ଣ୍ଣିଝଡ଼ ହେବାର ସମ୍ଭାବନା ରହିଛି ବୋଲି ପାଣିପାଗବିତ୍‌ ପୂର୍ବାନୁମାନ କରିଛନ୍ତି ।

ସୋମବାର ଉପକୂଳ ଓଡ଼ିଶା ସମେତ ବୌଦ୍ଧ, କନ୍ଧମାଳ, ରାୟଗଡ଼ା, ଢେଙ୍କାନାଳ, ମୟୂରଭଞ୍ଜ ଓ କେନ୍ଦୁଝର ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ବଜ୍ରପାତ ହେବା ସହିତ ଘୂର୍ଣ୍ଣିଝଡ଼ ହେବାର ସମ୍ଭାବନା ରହିଛି ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି । ଅପରପକ୍ଷେ ଆସନ୍ତାକାଲି ଉପକୂଳ ଓଡ଼ିଶା ସମେତ କନ୍ଧମାଳ, ନବରଙ୍ଗପୁର, କୋରାପୁଟ, ଢେଙ୍କାନାଳ, ମୟୂରଭଞ୍ଜ, କେନ୍ଦୁଝର, ରାୟଗଡ଼ା, ବଲାଙ୍ଗୀର, କଳାହାଣ୍ଡି ଓ ନୂଆପଡ଼ା ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବ । ରାଜ୍ୟର ଅବଶିଷ୍ଟ ଜିଲ୍ଲାଗୁଡିକରେ ପାଗ ଶୁଖିଲା ରହିବା ସହ ତାତି ଜାରି ରହିବ ।

ଆସନ୍ତା ଦୁଇରୁ ତିନି ଦିନ ପର୍ଯ୍ୟନ୍ତ ଉପକୂଳ ଓଡ଼ିଶାର ବିଭିନ୍ନ ସ୍ଥାନରେ ତାପମାତ୍ରା ୨ରୁ ୩ ଡିଗ୍ରୀ ସେଲସିୟସ୍‌ ପର୍ଯ୍ୟନ୍ତ ବଢ଼ିବ । ସେହିପରି ଆଭ୍ୟନ୍ତରୀଣ ଓଡ଼ିଶାରେ ଆସନ୍ତା ୨ ଦିନ ପର୍ଯ୍ୟନ୍ତ ୧ରୁ ୨ ଡିଗ୍ରୀ ସେଲସିୟସ୍‌ ପର୍ଯ୍ୟନ୍ତ ତାତି ବଢ଼ିବ। ଅନ୍ୟ ଜିଲ୍ଲାଗୁଡ଼ିକରେ ତାପମାତ୍ରାରେ ବିଶେଷ ପରିବର୍ତ୍ତନ ହେବ ନାହିଁ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ନିର୍ଦ୍ଦେଶକ ଏଚ୍‌ ଆର୍‌ ବିଶ୍ୱାସ କହିଛନ୍ତି ।

ରବିବାର ନୂଆପଡ଼ା, ରାୟଗଡ଼ା, ଗଜପତି ତଥା ବଲାଙ୍ଗୀର ଓ କୋରାପୁଟ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ବର୍ଷା ହୋଇଛି । ନୂଆପଡ଼ା ଜିଲ୍ଲା କୋମନାରେ ସର୍ବାଧିକ ୩୩.୩ ମିଲିମିଟିର ବର୍ଷା ହୋଇଛି ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ରେକର୍ଡ଼ କରିଛି ।

Leave A Reply

Your email address will not be published.

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More