ରାଜ୍ୟରେ ପୁଣି ମୁଣ୍ଡ ଟେକିଛି କରୋନା ସଂକ୍ରମଣ : ୨୪ ଘଣ୍ଟାରେ ଚିହ୍ନଟ ହେଲେ ଆଉ ୧୧୦ ପଜିଟିଭ,ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୮ ହଜାର ୫୯୯କୁ ବୃଦ୍ଧି
ଭୁବନେଶ୍ୱର : ରାଜ୍ୟରେ କରୋନା ଗ୍ରାଫ ଏବେ ଉପରମୁହାଁ I ଆଜି ରାଜ୍ୟରେ ୨୪ ଘଣ୍ଟା ମଧ୍ୟରେ ୨୨ ଟି ଜିଲ୍ଲାରୁ ୧୧୦ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ୬୪ ଜଣ କ୍ୱାରେଣ୍ଟାଇନ୍ରେ ଥିବା ବେଳେ ୪୬ ଜଣ ରୋଗୀ ସ୍ଥାନୀୟ ସଂକ୍ରମିତ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩ ଲକ୍ଷ ୩୮ ହଜାର ୫୯୯ ଜଣକୁ ବଢ଼ିଛି । ଏ ନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । କଟକ ଜିଲ୍ଲାରୁ ସର୍ବାଧିକ ୨୦ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ଜଣାପଡିଛି I
ଚିହ୍ନଟ ହୋଇଥିବା ନୂଆ ଆକ୍ରାନ୍ତଙ୍କ ମଧ୍ୟରେ କଟକରୁ ସର୍ବାଧିକ ୨୦ ଓ ଖୋର୍ଦ୍ଧାରୁ ୧୫ ଆକ୍ରାନ୍ତ ଚିହ୍ନଟ । ଅନୁଗୁଳ ୬, ବାଲେଶ୍ୱର ୨, ବରଗଡ ୪, ଭଦ୍ରକ ୧, ଦେଓଗଡ ୨, ଢେଙ୍କାନାଳ ୧, ଗଞ୍ଜାମ ୬, ଜଗତସିଂହପୁର ୨, ଯାଜପୁର ୫, ଝାରସୁଗୁଡା ୪, କଳାହାଣ୍ଡି ୨, କନ୍ଧମାଳ ୧, କୋରାପୁଟ ୧, ମୟୁରଭଞ୍ଜ ୯, ନବରଙ୍ଗପୁର ୨, ନୂଆପଡା ୯, ପୁରୀ ୩, ରାୟଗଡା ୧, ସମ୍ବଲପୁର ୪, ସୁନ୍ଦରଗଡ ୭, ଷ୍ଟେଟ ପୁଲରୁ ୩ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।