ଆଜି ରାଜ୍ୟରେ ଚିହ୍ନଟ ହେଲେ ଆଉ ୧୩୪ ଜଣ କରୋନା ପଜିଟିଭ : ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୩ ହଜାର ୪୪୪କୁ ବୃଦ୍ଧି
ଭୁବନେଶ୍ୱର : ଆଜି ରାଜ୍ୟରେ ୨୪ ଘଣ୍ଟା ମଧ୍ୟରେ ୨୧ ଟି ଜିଲ୍ଲାରୁ ୧୩୪ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ୧୩୪ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୭୯ ଜଣ କ୍ୱାରେଣ୍ଟାଇନ୍ରେ ଥିବା ବେଳେ ୫୫ ଜଣ ରୋଗୀ ସ୍ଥାନୀୟ ସଂକ୍ରମିତ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩ ଲକ୍ଷ ୩୨ ହଜାର ୪୪୪ କୁ ବୃଦ୍ଧି ପାଇଛି । ଏ ନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।