ଆଜି ରାଜ୍ୟରେ ଚିହ୍ନଟ ହେଲେ ଆଉ ୧୯୮ ନୂଆ କରୋନା ପଜିଟିଭ : ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୦ ହଜାର ୬୯୦କୁ ବୃଦ୍ଧି

0

ଭୁବନେଶ୍ୱର : ଆଜି ରାଜ୍ୟରେ ୨୪ ଘଣ୍ଟା ମଧ୍ୟରେ ୨୩ ଟି ଜିଲ୍ଲାରୁ ୧୯୮ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୧୧୫ ଜଣ କ୍ୱାରେଣ୍ଟାଇନ୍‌ରେ ଥିବା ବେଳେ ୮୩ ଜଣ ରୋଗୀ ସ୍ଥାନୀୟ ସଂକ୍ରମିତ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩ ଲକ୍ଷ ୩୦ ହଜାର ୬୯୦ କୁ ବୃଦ୍ଧି କରିଛି । ଏ ନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।
ଚିହ୍ନଟ ହୋଇଥିବା ନୂଆ ୧୯୮ ଆକ୍ରାନ୍ତଙ୍କ ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ୩୪ ଜଣ ଚିହ୍ନଟ ହୋଇଥିବା ବେଳେ ବାଲେଶ୍ୱର ଜିଲ୍ଲାରୁ ୩, ବରଗଡ଼ ଜିଲ୍ଲାରୁ ୧୦, ଭଦ୍ରକ ଜିଲ୍ଲାରୁ ୩ଜଣ, ବଲାଙ୍ଗୀର ଜିଲ୍ଲାରୁ ୧୪, ବୌଦ୍ଧ ଜିଲ୍ଲାରୁ ଜଣେ, କଟକ ଜିଲ୍ଲାରୁ ୯, ଗଞ୍ଜାମ ଜିଲ୍ଲାରୁ ୩ଜଣ, ଜଗତସିଂହପୁର ଜିଲ୍ଲାରୁ ୪, ଯାଜପୁର ଜିଲ୍ଲାରୁ ୬, ଝାରସୁଗୁଡ଼ା ଜିଲ୍ଲାରୁ ୫, କେନ୍ଦ୍ରାପଡ଼ା ଜିଲ୍ଲାରୁ ୪, କେନ୍ଦୁଝର ଜିଲ୍ଲାରୁ ୧୯, କଳାହାଣ୍ଡି ଜିଲ୍ଲାରୁ ୨ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୧୭, ମୟୂରଭଞ୍ଜ ଜିଲ୍ଲାରୁ ୧୧, ନବରଙ୍ଗପୁର ଜିଲ୍ଲାରୁ ଜଣେ, ନୟାଗଡ଼ ଜିଲ୍ଲାରୁ ୨ଜଣ, ନୂଆପଡ଼ା ଜିଲ୍ଲାରୁ ୨, ପୁରୀ ଜିଲ୍ଲାରୁ ୮, ସମ୍ବଲପୁର ଜିଲ୍ଲାରୁ ୯, ସୋନପୁର ଜିଲ୍ଲାରୁ ୩ଜଣ ଓ ସୁନ୍ଦରଗଡ଼ ଜିଲ୍ଲାରୁ ୨୩ଜଣ ଚିହ୍ନଟ ହୋଇଛନ୍ତି ।

Leave A Reply

Your email address will not be published.

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More