ରାଜ୍ୟରେ ଆଉ ୧୪୧ କରୋନା ପଜିଟିଭ ଚିହ୍ନଟ : ଆକ୍ରାନ୍ତଙ୍କ ସଂଖ୍ୟା ୨୨୪୫କୁ ବୃଦ୍ଧି

0

ଭୁବନେଶ୍ୱର : ଆଜି ରାଜ୍ୟରେ ପୁଣି ୧୪୧ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏଥିସହିତ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୨୪୫ ଛୁଇଁଥିବା ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ସୂଚନା ମିଳିଛି ।
ଆଜି ଚିହ୍ନଟ ହୋଇଥିବା ୧୪୧ ସଂକ୍ରମିତଙ୍କ ମଧ୍ୟରୁ ଗଞ୍ଜାମ ଜିଲ୍ଲାରୁ ସର୍ବାଧିକ ୨୭ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଖୋର୍ଦ୍ଧା ଜିଲ୍ଲାରୁ ୨୬ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୧୯ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୧୩ ଜଣ, ଯାଜପୁର ଜିଲ୍ଲରୁ ୧୦ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୮ଜଣ, ବଲାଙ୍ଗୀର ଜିଲ୍ଲାରୁ ୭ଜଣ, କଟକ ଜିଲ୍ଲାରୁ ୬ଜଣ, ପୁରୀ ଜିଲ୍ଲାରୁ ୫ଜଣ, ଜଗତସିଂହପୁର,ଗଜପତି, କେନ୍ଦୁଝର ଜିଲ୍ଲାରୁ ୪ଜଣ ଲେଖାଏଁ, ବାଲେଶ୍ବର ଓ ଢ଼େଙ୍କାନାଳ ଜିଲ୍ଲାରୁ ୨ଜଣ ଲେଖାଏଁ ଏବଂ ନୟାଗଡ଼, ମୟୂରଭଞ୍ଜ,ଅନୁଗୁଳ ଓ ସମ୍ବଲପୁର ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତ ଚିହ୍ନଟ ହୋଇଥିବା ସୂଚନା ଦିଆଯାଇଛି ।

Leave A Reply

Your email address will not be published.

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More