ରାଜ୍ୟରେ ତଳ ମୁହାଁ କରୋନା ଗ୍ରାଫ : ୨୪ ଘଣ୍ଟା ମଧ୍ୟରେ ଚିହ୍ନଟ ହେଲେ ଆଉ ୨୪୮୭ ଜଣ କରୋନା ପଜିଟିଭ

0

ଭୁବନେଶ୍ୱର : ରାଜ୍ୟରେ ଧୀରେ ଧୀରେ ହ୍ରାସ ପାଉଛି କରୋନା ସଂକ୍ରମଣ ହାର I ଆଜି ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଆଉ ୨୪୮୭ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୪୨୮ କ୍ଵାରେଣ୍ଟିନ୍ ସେଣ୍ଟରରୁ ଚିହ୍ନଟ ହୋଇଥିବା ବେଳେ ୧୦୫୯ ଜଣ ସ୍ଥାନୀୟ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୯ ଲକ୍ଷ ୨୭ ହଜାର ୧୮୬ ଜଣ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।

Leave A Reply

Your email address will not be published.

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More