ଭୁବନେଶ୍ୱର : ଆଜି ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୨୬୦ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩,୩୧,୮୬୨କୁ ବୃଦ୍ଧି ଘଟିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ନୂଆ ୨୬୦ ସଂକ୍ରମିତଙ୍କ ମଧ୍ୟରୁ ୧୫୧ ଜଣ କ୍ବାରେଣ୍ଟାଇନ୍ରେ ରହିଥିବା ବେଳେ ୧୦୯ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।