ଆଜି ରାଜ୍ୟରେ ୨୬୦୨ ନୂଆ କରୋନା ସଂକ୍ରମିତ ଚିହ୍ନଟ : ମୋଟ ସଂକ୍ରମିତଙ୍କ ସଂଖ୍ୟା ୯ ଲକ୍ଷ ୨୯ ହଜାର ୭୮୮କୁ ବୃଦ୍ଧି

0

ଭୁବନେଶ୍ୱର : ଆଜି ରାଜ୍ୟରେ ଗତ ୨୪ ଘଣ୍ଟା ଭିତରେ ଆଉ ୨୬୦୨ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ନୂଆ ସଂକ୍ରମିତଙ୍କ ମଧ୍ୟରୁ ୧୪୯୫ କ୍ଵାରେଣ୍ଟିନ୍ ସେଣ୍ଟରରୁ ଚିହ୍ନଟ ହୋଇଥିବା ବେଳେ ୧୧୦୭ ଜଣ ସ୍ଥାନୀୟ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୯ ଲକ୍ଷ ୨୯ ହଜାର ୭୮୮ ଜଣ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି । ଏଥିସହ ଆଜି ରାଜ୍ୟରେ ସର୍ବାଧିକ ୫୯ ଜଣଙ୍କ ଜୀବନ ନେଲା କରୋନା I
ଚିହ୍ନଟ ହୋଇଥିବା ନୂଆ ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୯୯ଜଣ, ବାଲେଶ୍ୱର ଜିଲ୍ଲାରୁ ୧୬୪ଜଣ, ବରଗଡ଼ ଜିଲ୍ଲାରୁ ୧୩ଜଣ, ଭଦ୍ରକ ଜିଲ୍ଲାରୁ ୯୫ଜଣ, ବଲାଙ୍ଗୀର ଜିଲ୍ଲାରୁ ୫ଜଣ, ବୌଦ୍ଧ ଜିଲ୍ଲାରୁ ୩୯୭ଜଣ, ଦେଓଗଡ଼ ଜିଲ୍ଲାରୁ ୫ଜଣ, ଢେଙ୍କାନାଳ ଜିଲ୍ଲାରୁ ୯୩ଜଣ, ଗଜପତି ଜିଲ୍ଲାରୁ ୯ଜଣ, ଗଞ୍ଜାମ ଜିଲ୍ଲାରୁ ୮ଜଣ, ଜଗତସିଂହପୁର ଜିଲ୍ଲାରୁ ୯୧ଜଣ, ଯାଜପୁର ଜିଲ୍ଲାରୁ ୧୮୩ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୨୬ଜଣ, କଳାହାଣ୍ଡି ଜିଲ୍ଲାରୁ ୯ଜଣ, କନ୍ଧମାଳ ଜିଲ୍ଲାରୁ ୨୦ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୫୯ଜଣ, କେନ୍ଦୁଝର ଜିଲ୍ଲାରୁ ୭୨ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୫୨୯ଜଣ, କୋରାପୁଟ ଜିଲ୍ଲାରୁ ୩୨ଜଣ, ମାଲକାନଗିରି ଜିଲ୍ଲାରୁ ୩୨ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୧୪୧ଜଣ, ନବରଙ୍ଗପୁର ଜିଲ୍ଲାରୁ ୧୮ଜଣ, ନୟାଗଡ଼ ଜିଲ୍ଲାରୁ ୬୨ଜଣ, ନୂଆପଡ଼ା ଜିଲ୍ଲାରୁ ୫ଜଣ, ପୁରୀ ଜିଲ୍ଲାରୁ ୧୭୪ଜଣ, ରାୟଗଡ଼ା ଜିଲ୍ଲାରୁ ୩୩ଜଣ, ସମ୍ବଲପୁର ଜିଲ୍ଲାରୁ ୨୫ଜଣ, ସୋନପୁର ଜିଲ୍ଲାରୁ ୧୭ଜଣ, ସୁନ୍ଦରଗଡ଼ ଜିଲ୍ଲରାୁ ୬୪ଜଣ, ଷ୍ଟେଟ ପୁଲ୍‌ରୁ ୧୦୧ଜଣ ରହିଛନ୍ତି ।

Leave A Reply

Your email address will not be published.

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More