ଆଜି ରାଜ୍ୟରେ ୩୯୩ ଜଣ କରୋନା ପଜିଟିଭ ଚିହ୍ନଟ : ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୨୧ ହଜାର ଟପିଲା

0

ଭୁବନେଶ୍ୱର :ଆଜି ରାଜ୍ୟରେ ୨୪ ଘଣ୍ଟା ମଧ୍ୟରେ ୨୮ ଟି ଜିଲ୍ଲାରୁ ୩୯୩ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେଥିମଧ୍ୟରୁ ୨୨୯ ଜଣ କ୍ୱାରେଣ୍ଟାଇନ୍‌ରେ ଥିବା ବେଳେ ୧୬୪ ରୋଗୀ ସ୍ଥାନୀୟ ସଂକ୍ରମିତ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩ ଲକ୍ଷ ୨୧ ହଜାର ୧୯୬କୁ ବୃଦ୍ଧି କରିଛି। ଏ ନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

ନୂଆ ଆକ୍ରାନ୍ତଙ୍କ ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ୧୫ଜଣ , ବାଲେଶ୍ବରରୁ ୧୧ଜଣ, ବରଗଡ଼ରୁ ୯ ଜଣ, ଭଦ୍ରକରୁ ୯ଜଣ, ବଲାଙ୍ଗୀରରୁ ୨୩ଜଣ, କଟକରୁ ୨୫ଜଣ, ଦେବଗଡ଼ରୁ ୧୭ଜଣ, ଢେଙ୍କାନାଳରୁ ୬ଜଣ, ଗଜପତିରୁ ଜଣେ, ଗଞ୍ଜାମରୁ ୩ଜଣ, ଜଗତ୍‌ସିଂହପୁରରୁ ୧୧ ଜଣ, ଯାଜପୁରରୁ ୬ଜଣ, ଝାରସୁଗୁଡ଼ାରୁ ୧୨ଜଣ, କଳାହାଣ୍ଡିରୁ ୨୭ ଜଣ, କନ୍ଧମାଳରୁ ୨ଜଣ, କେନ୍ଦ୍ରାପଡ଼ାରୁ ୧୨ଜଣ, କେନ୍ଦୁଝରରୁ ୮ଜଣ, ଖୋର୍ଦ୍ଧାରୁ ୪୯ଜଣ, କୋରାପୁଟରୁ ୭ଜଣ, ମାଲକାନଗିରିରୁ ୪ଜଣ, ମୟୂରଭଞ୍ଜରୁ ୩୨ଜଣ, ନୟାଗଡ଼ରୁ ୪ଜଣ, ନବରଙ୍ଗପୁରରୁ ଜଣେ, ନୂଆପଡ଼ାରୁ ୧୨ଜଣ, ପୁରୀରୁ ୧୮ ଜଣ, ରାୟଗଡ଼ାରୁ ୨ ଜଣ, ସମ୍ବଲପୁରରୁ ୧୧ଜଣ, ସୁନ୍ଦରଗଡ଼ରୁ ୪୫ ଜଣ ଓ ଷ୍ଟେଟ୍‌ ପୁଲ୍‌ରୁ ୧୧ଜଣ ଚିହ୍ନଟ ହୋଇଛନ୍ତି। ଏଣେ କରୋନାରେ ପୁଣି ୫ ଜଣଙ୍କର ମୃତ୍ୟୁ ଘଟିଛି ।

Leave A Reply

Your email address will not be published.

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More