ଆଜି ରାଜ୍ୟରେ ୫୯୪ ପଜିଟିଭ ଚିହ୍ନଟ୍ : ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୧୭ହଜାର କୁ ବୃଦ୍ଧି

0

ଭୁବନେଶ୍ୱର : ରାଜ୍ୟରେ କରୋନା ଗ୍ରାଫ୍‌ ତଳକୁ ତଳକୁ ଖସୁଛି । ଆଜି ରାଜ୍ୟରେ ୨୪ ଘଣ୍ଟା ମଧ୍ୟରେ ୨୯ ଟି ଜିଲ୍ଲାରୁ ୫୯୪ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେଥିମଧ୍ୟରୁ ୩୪୩ ଜଣ କ୍ୱାରେଣ୍ଟାଇନ୍‌ରେ ଥିବା ବେଳେ ୨୫୧ ରୋଗୀ ସ୍ଥାନୀୟ ସଂକ୍ରମିତ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩ ଲକ୍ଷ ୧୭ ହଜାର ୨୩୯ କୁ ବୃଦ୍ଧି କରିଛି । ଏ ନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

Leave A Reply

Your email address will not be published.

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More