ଆଜି ରାଜ୍ୟରେ ୨୪ ଘଣ୍ଟା ମଧ୍ୟରେ ଆଉ ୬୨୩ ନୂଆ ପଜିଟିଭ ଚିହ୍ନଟ ହୋଇଛନ୍ତି : ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୨୦ ହଜାର ୨୪୪କୁ ବୃଦ୍ଧି ପାଇଛି

0

ଭୁବନେଶ୍ୱର : ଆଜି ରାଜ୍ୟରେ ୨୪ ଘଣ୍ଟା ମଧ୍ୟରେ ଆଉ ୬୨୩ ନୂଆ ପଜିଟିଭ ଚିହ୍ନଟ ହୋଇଛନ୍ତି I ସଂକ୍ରମିତଙ୍କ ମଧ୍ୟରୁ ୩୬୨ ଜଣ କ୍ଵାରେଣ୍ଟାଇନ୍ ସେଣ୍ଟରରୁ ଓ ୨୬୧ ଜଣ ସ୍ଥାନୀୟ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୨୦ ହଜାର ୨୪୪କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।
ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ୨୭୨ ଜଣ, କଟକ ୭୪ ଜଣ, ଜଗତସିଂହପୁର ୨୯ ଜଣ,ବାଲେଶ୍ବର ଓ ଯାଜପୁର ଜିଲ୍ଲାରୁ ୨୮ ଜଣ ଲେଖାଏଁ, ମୟୂରଭଞ୍ଜରୁ ୧୮ ଜଣ, ସମ୍ବଲପୁରରୁ ୧୫ ଜଣ, ଅନୁଗୁଳ ଓ ଭଦ୍ରକ ଜିଲ୍ଲାରୁ ୧୩ ଜଣ ଲେଖାଏଁ, ଗଞ୍ଜାମରୁ ୧୨ ଜଣ, କେନ୍ଦ୍ରାପଡ଼ାରୁ ୧୦ ଜଣ, ଢ଼େଙ୍କାନାଳ ଓ ପୁରୀ ଜିଲ୍ଲାରୁ ୭ ଜଣ ଲେଖାଏଁ, ଝାରସୁଗୁଡ଼ାରୁ ୬ ଜଣ, କୋରାପୁଟ ଓ ନୟାଗଡ଼ ଜିଲ୍ଲାରୁ ୪ ଜଣ ଲେଖାଏଁ, ବରଗଡ଼ ଓ କେନ୍ଦୁଝର ଜିଲ୍ଲାରୁ ୩ ଜଣ ଲେଖାଏଁ, ଦେବଗଡ଼ରୁ ୨ ଜଣ, ଗଜପତି, କଳାହାଣ୍ଡି, କନ୍ଧମାଳ,ନବରଙ୍ଗପୁର, ରାୟଗଡ଼ା ଓ ସୋନପୁର ଜିଲ୍ଲାରୁ ଜଣେ ଲେଖାଏଁ, ଷ୍ଟେଟ୍ ପୋଲ୍‌ରୁ ୬୩ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

Leave A Reply

Your email address will not be published.

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More