ଭୁବନେଶ୍ୱର : ରାଜ୍ୟରେ ବଢି ଚାଲିଛି ସଂକ୍ରମଣ I ଆଜି ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଆଉ ନୂଆ ୮୪୯ ପଜିଟିଭ ଚିହ୍ନଟ ହୋଇଛନ୍ତି । ସଂକ୍ରମିତଙ୍କ ମଧ୍ୟରୁ ୪୯୫ ଜଣ କ୍ଵାରେଣ୍ଟାଇନ୍ ସେଣ୍ଟରରୁ ଚିହ୍ନଟ ହୋଇଥିବା ବେଳେ ୩୫୪ ଜଣ ସ୍ଥାନୀୟ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୧୦ ହଜାର ୭୨ ଜଣକୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।
ନୂଆ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧରୁ ୩୪୧ ଜଣ, କଟକରୁ ୧୧୭ ଜଣ, ବାଲେଶ୍ବରରୁ ୫୧ ଜଣ, ଯାଜପୁରରୁ ୩୨ ଜଣ, ପୁରୀରୁ ୩୧ ଜଣ, ଢ଼େଙ୍କାନାଳରୁ ୨୬ ଜଣ,ମୟୂରଭଞ୍ଜରୁ ୨୧ ଜଣ, ଅନୁଗୁଳରୁ ୨୦ ଜଣ, ସୁନ୍ଦରଗଡ଼ରୁ ୧୮ ଜଣ, ସମ୍ବଲପୁରରୁ ୧୬ ଜଣ, ଜଗତସିଂହପୁର ଓ ରାୟଗଡ଼ା ଜିଲ୍ଲାରୁ ୧୨ ଜଣ ଲେଖାଏଁ ଭଦ୍ରକରୁ ୧୧ ଜଣ, କେନ୍ଦ୍ରାପଡ଼ାରୁ ୯ ଜଣ,ଦେବଗଡ଼ରୁ ୮ ଜଣ, ନୟାଗଡ଼ରୁ ୭ ଜଣ, ବଲାଙ୍ଗୀର, ଝାରସୁଗୁଡ଼ା, କଳାହାଣ୍ଡି ଓ ନବରଙ୍ଗପୁର ଜିଲ୍ଲାରୁ ୪ ଜଣ ଲେଖାଏଁ, ବରଗଡ଼ ଓ ସୋନପୁର ଜିଲ୍ଲାରୁ ୩ ଜଣ ଲେଖାଏଁ, ବୌଦ୍ଧ,ଗଜପତି,ଗଞ୍ଜାମ,କନ୍ଦମାଳ ଓ ମାଲକାନଗିରି ଜଣେ ଲେଖାଏଁ ଏବଂ ଷ୍ଟେ୍ଟ୍ ପୋଲ୍ରୁ ୭୮ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି।