ବ୍ରହ୍ମପୁର ସହରକୁ ୪ଦିନ ପାଇଁ ସଟ ଡାଉନ୍ କଲେ ଜିଲ୍ଲାପାଳ

0

ବ୍ରହ୍ମପୁର : ବୃଦ୍ଧି ପାଉଥିବା କରୋନା ସଂକ୍ରମଣ ଯୋଗୁଁ ବ୍ରହ୍ମପୁର ସହରକୁ ୪ଦିନ ପାଇଁ ଜିଲ୍ଲାପାଳ ସଟ ଡାଉନ୍ ଘୋଷଣା କରିଛନ୍ତି । ଜିଲ୍ଲାପାଳ ବିଜୟ ଅମୃତ କୁଲାଙ୍ଗେ ଜୁନ ୨୭,୨୮,୨୯ ଓ ୩୦ ତାରିଖ ଚାରିଦିନ ପାଇଁ ବ୍ରହ୍ମପୁର ସହରକୁ ସଟ୍ ଡାଉନ୍ ଘୋଷଣା କରିଛନ୍ତି । ଏହି ସମୟରେ ସମସ୍ତ ଦୋକାନ ବଜାର ବନ୍ଦ ରହିବ, କେବଳ ଔଷଧ ଦୋକାନ ଓ ଦୁଗ୍ଧ ଯୋଗାଣ ଜାରି ରହିବ l କରୋନା ସଂକ୍ରମଣ ବୃଦ୍ଧି ପାଉଥିବାରୁ ଏପରି ନିଷ୍ପତ୍ତି ଗ୍ରହଣ କରାଯାଇଛି । ଗଞ୍ଜାମ ଜିଲ୍ଲାପାଳ ଏ ବିଷୟରେ ଘୋଷଣା କରିଛନ୍ତି । ଆଜି ରାଜ୍ୟରେ ୨୧୦ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ଗଞ୍ଜାମ ଜିଲ୍ଲାରୁ ସର୍ବାଧିକ ୫୮ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୪୭ ଜଣ, ଗଜପତି ଜିଲ୍ଲାରୁ ୨୯ଜଣ, ବଲାଙ୍ଗୀର ଜିଲ୍ଲାରୁ ୧୧ ଜଣ, ଯାଜପୁର ଓ ପୁରୀ ଜିଲ୍ଲାରୁ ୮ଜଣ ଲେଖାଏଁ, ଢ଼େଙ୍କାନାଳ ଓ ମୟୂରଭଞ୍ଜ ଜିଲ୍ଲାରୁ ୭ଜଣ ଲେଖାଏଁ, ସୁନ୍ଦରଗଡ଼ ଜିଲ୍ଲାରୁ ୬ଜଣ, କେନ୍ଦୁଝର ଓ କଟକ ଜିଲ୍ଲାରୁ ୫ଜଣ ଲେଖାଏଁ, ନୟାଗଡ଼ ଓ କେନ୍ଦ୍ରାପଡ଼ା ଜିଲ୍ଲାରୁ ୩ଜଣ ଲେଖାଏଁ, ନବରଙ୍ଗପୁର, ବାଲେଶ୍ବର ଜିଲ୍ଲାରୁ ୨ଜଣ ଲେଖାଏଁ, ଦେବଗଡ଼, ଅନୁଗୁଳ ଓ ସମ୍ବଲପୁର ଜିଲ୍ଲାରୁ ଜଣେ ଲେଖାଏଁ ସଂକ୍ରମିତ ଚିହ୍ନଟ ହୋଇଛନ୍ତି I

Leave A Reply

Your email address will not be published.

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More