ଆଜି ରାଜ୍ୟରେ ଚିହ୍ନଟ ହେଲେ ଆଉ ୨୦୬ ନୂଆ କରୋନା ପଜିଟିଭ : ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୧ ହଜାର ୬୦୨କୁ ବୃଦ୍ଧି

0

ଭୁବନେଶ୍ୱର : ଆଜି ରାଜ୍ୟରେ ୨୪ ଘଣ୍ଟା ମଧ୍ୟରେ ୨୩ ଟି ଜିଲ୍ଲାରୁ ୨୦୬ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ନୂଆ ୨୦୬ ଜଣ ଆକ୍ରାନ୍ତଙ୍କ ମଧ୍ୟରୁ ୧୧୯ ଜଣ କ୍ୱାରେଣ୍ଟାଇନ୍‌ରେ ଥିବା ବେଳେ ୮୭ ଜଣ ରୋଗୀ ସ୍ଥାନୀୟ ସଂକ୍ରମିତ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩ ଲକ୍ଷ ୩୧ ହଜାର ୬୦୨ । ଏ ନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

ରାଜ୍ୟରେ ଚିହ୍ନଟ ହୋଇଥିବା ନୂଆ ୨୦୬ଜଣ କରୋନା ପଜିଟିଭଙ୍କ ମଧ୍ୟରୁ ଅନୁଗୁଳରୁ ୨୭ ଜଣ, ବଲାଙ୍ଗୀର ଓ ସୁନ୍ଦରଗଡ଼ ଜିଲ୍ଲାରୁ ୨୬ ଜଣ ଲେଖାଏଁ, ଖୋର୍ଦ୍ଧାରୁ ୧୮ ଜଣ, ବରଗଡ଼ ଓ ସମ୍ବଲପୁର ଜିଲ୍ଲାରୁ ୧୬ ଜଣ ଲେଖାଏଁ, ଯାଜପୁର ୧୦ ଜଣ, ଝାରସୁଗୁଡାରୁ ୯ ଜଣ, ମୟୂରଭଞ୍ଜରୁ ୮ ଜଣ, କେନ୍ଦୁଝରରୁ ୭ ଜଣ, କଟକ ଓ ନୂଆପଡ଼ା ଜିଲ୍ଲାରୁ ୬ ଜଣ ଲେଖାଏଁ, ଗଜପତିରୁ ୫ ଜଣ, କେନ୍ଦ୍ରାପଡ଼ା ଓ ପୁରୀ ଜିଲ୍ଲାରୁ ୪ ଜଣ ଲେଖାଏଁ, ଗଞ୍ଜାମ ଓ ସୋନପୁର ଜିଲ୍ଲାରୁ ୩ ଜଣ ଲେଖାଏଁ, ବାଲେଶ୍ବର, ଭଦ୍ରକ ଓ ବୌଦ୍ଧ ଜିଲ୍ଲାରୁ ୨ ଜଣ ଲେଖାଏଁ, ଦେବଗଡ଼, ଢ଼େଙ୍କାନାଳ ଓ ରାୟଗଡ଼ା ଜିଲ୍ଲାରୁ ଜଣେ ଲେଖାଏଁ ଏବଂ ଷ୍ଟେଟ୍ ପୋଲ୍‌ରୁ ୩ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।

Leave A Reply

Your email address will not be published.

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More