୨୪ ଘଣ୍ଟା ମଧ୍ୟରେ ରାଜ୍ୟର ବିଭିନ୍ନ ସ୍ଥାନରେ ଘଡ଼ଘଡ଼ି ସହ କୁଆପଥର ବର୍ଷା

0

ଭୁବନେଶ୍ୱର : ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ବିଭିନ୍ନ ସ୍ଥାନରେ କୁଆପଥର ବର୍ଷା ହେବ।ସ୍ଥିତିକୁ ନଜରରେ ରଖି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ଏହି ସମୟରେ ଘଣ୍ଟା ପ୍ରତି ୪୫ରୁ ୫୫ କିମି ବେଗରେ ପବନ ବହିବାର ଆଶଙ୍କା ରହିଛି । ଏନେଇ ୧୨ ଜିଲ୍ଲାକୁ ସତର୍କ ରହିବାକୁ ସୂଚନା ଦେଇଛି ପାଣିପାଗ କେନ୍ଦ୍ର । ଏହି ଜିଲ୍ଲା ଗୁଡିକ ହେଲା କଳାହାଣ୍ଡି, କନ୍ଧମାଳ, ବୌଦ୍ଧ, ଅନୁଗୁଳ, ଢେଙ୍କାନାଳ, କଟକ, କେନ୍ଦ୍ରାପଡ଼ା, ଗଞ୍ଜାମ, ଭଦ୍ରକ, ବାଲେଶ୍ବର, ମୟୂରଭଞ୍ଜ ଓ ଜଗତସିଂହପୁର । ଏହିସବୁ ଜିଲ୍ଲା ବିଜୁଳି ଘଡ଼ଘଡ଼ି ସହ କୁଆପଥର ବର୍ଷା ହେବ ବୋଲି କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି

Leave A Reply

Your email address will not be published.

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More