ଆଜିର ରାଶିଫଳ

0

ମେଷ: ଏକାଦଶ ଚନ୍ଦ୍ର ହେତୁ ଆର୍ଥିକ ଅବସ୍ଥାରେ ଉନ୍ନତି ଦେଖାଦେବ । କୌଣସି ବିଶେଷ ସୂତ୍ରରୁ ଧନପ୍ରାପ୍ତି କିମ୍ବ ଅନ୍ୟକୁ ଦେଇଥିବା ଧନ ଫେରିପାଇବେ । ଲୋକପ୍ରିୟତା ଅର୍ଜନ କରିବେ । କର୍ମଚଞ୍ଚଳ ରହିବେ । ଦାମ୍ପତ୍ୟ ସୁଖ ମିଳିବ ।

ବୃଷ: ନିଜସ୍ୱ କର୍ମ ଓ ଘରୋଇ କର୍ମରେ ଆଜି ବିଶେଷ ସଫଳତା ପାଇବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଉତ୍ତମ ହେବ । ମନ ପ୍ରସନ୍ନ ରହିବ । ଯଶସ୍ୱୀ ହେବେ । ନିଜ ପରିବାର ପ୍ରତି ସ୍ନେହ ଶ୍ରଦ୍ଧା ଅତୁଟ ରହିବ ।

ମିଥୁନ: ପୁରୁଣା କଥାକୁ ନେଇ ମାନସିକ ଅଶାନ୍ତିରେ ରହିପାରନ୍ତି । ଭୋଗ ବିଳାସରେ ସମୟ ଅତିବାହିତ କରିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ମାନ୍ଦାବସ୍ଥା ଲାଗି ରହିବ I ସୁଖ ସମୃଦ୍ଧିପୂର୍ଣ୍ଣ ଜୀବନଯାପନ କରିପାରନ୍ତି । ବିଦ୍ୱାନ୍‍, ସାହସୀ ଓ ସମ୍ପତ୍ତିବାନ୍‍ ହେବେ । ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ ।

କର୍କଟ: ମନରେ ଅସ୍ଥିରତା ଭାବ ଓ ବିରକ୍ତି ଭାବ ପ୍ରକାଶ ପାଇବ । ଧନକ୍ଷତି ଓ ପରିବାରରେ ବିବାଦ ଏବଂ ଶାରୀରିକ ପୀଡ଼ା ଭୋଗିବେ । ଶାରୀରିକ ଦୁର୍ବଳତା ଅନୁଭବ କରିପାରନ୍ତି । ସହଯୋଗୀ ବ୍ୟବସାୟ ଲାଭଜନକ ହେବ । ଅଷ୍ଟମ ଚନ୍ଦ୍ର ଭୋଗ ହେଉଥିବାରୁ ଜଳଯାତ୍ରା ନିଷେଧ ।

ସିଂହ: ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଉତ୍ତମ ହେବ । ସମାଜ ସେବାରେ ନିଜକୁ ନିୟୋଜିତ କରିପାରନ୍ତି । ଶାନ୍ତ ଓ ଧୈର୍ଯ୍ୟବାନ୍‍ ହେବେ । ପତ୍ନୀଙ୍କ ସହଯୋଗ ଆପଣଙ୍କୁ ଅଧିକ କର୍ମକ୍ଷମ କରିପାରେ । ପରିବାର ପ୍ରତି ସ୍ନେହ, ଶ୍ରଦ୍ଧା ଅତୁଟ ରହିବ। ସୁଖୀ ହେବେ । ଶୁଭରଙ୍ଗ-ଧଳା, ଶୁଭସଂଖ୍ୟା-୬,

କନ୍ୟା: ପୁରାତନ ରୋଗରୁ ଆରୋଗ୍ୟ ଲାଭ କରିବେ । ଶରୀର ସୁସ୍ଥ ରହିବ। ଶତ୍ରୁହନ୍ତା ହୋଇପାରନ୍ତି । ଚାକିରି କ୍ଷେତ୍ରରେ ଉଚ୍ଚକତ୍ତୃପକ୍ଷଙ୍କ ପ୍ରିୟ ଭାଜନ ହେବେ । ପ୍ରେମ ସମ୍ବନ୍ଧରେ ଗଭୀରତା ବୃଦ୍ଧି ପାଇବ ।

ତୁଳା: ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ମଧ୍ୟମ ହେବ । ମନ ପ୍ରଫୁଲ୍ଲ ରହିବ ଓ ଲୋକ ସମ୍ପର୍କ ବୃଦ୍ଧି ପାଇବ । ରାଜନୀତିରେ ଉଚ୍ଚପଦ ମିଳିପାରେ । କାହାରିକୁ ଧାର ଦେଇଥିବା ଟଙ୍କାପଇସା ଫେରସ୍ତ ପାଇବେ ।

ବିଛା: କର୍ମରେ ବିବାଦ ଓ ବିଘ୍ନ ସୃଷ୍ଟି ହେବ । ସ୍ୱଜନ, ପ୍ରିୟଜନ ଓ ବନ୍ଧୁବାନ୍ଧବଙ୍କ ସହ ବିବାଦ ଓ ଯାନବାହନରେ କ୍ଷତି ପହଞ୍ଚିବ । ଦାନ ଧର୍ମକୁ ଶ୍ରେୟ ମଣିବେ। ସୁଖୀ ହେବେ । ଶୋଭନ ବ୍ୟକ୍ତିତ୍ୱ ସମ୍ପନ୍ନ ହୋଇପାରନ୍ତି । ପ୍ରେମୀ ଓ ବୁଦ୍ଧିମାନ୍‍ ହେବେ ।

ଧନୁ: ମନ ପ୍ରସନ୍ନ ରହିବ । ଈଶ୍ୱର ବିଶ୍ୱାସୀ ହେବେ । ନୂତନ କର୍ମାରମ୍ଭ କରିପାରନ୍ତି କିମ୍ବା ନୂତନ ନିଯୁକ୍ତି ମିଳିପାରେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଉତ୍ତମ ହେବ ଓ ଆର୍ଥିକ ଅବସ୍ଥା ସୁଦୃଢ଼ ହେବ ।

ମକର: ଭାଗ୍ୟଶାଳୀ ହୋଇପାରନ୍ତି । ମସବୁ କାମ ନିର୍ଦ୍ଧାରିତ ସମୟରେ ପୂରା କରିବେ । ଚାକିରିଜୀବୀଙ୍କୁ ଖୁସି ଖବର ମିଳିବ । କାର୍ଯ୍ୟରେ ନିଷ୍ଠା ଆପଣଙ୍କୁ ମହାନ୍‍ କରି ଗଢ଼ି ତୋଳିବ । ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ ।

କୁମ୍ଭ: ମନ ପ୍ରଫୁଲ୍ଲ ରହିବ ଓ ଶାରୀରିକ ସୁସ୍ଥତା ଅନୁଭବ କରିବେ । ପରିବାରରେ ସୁଖ ଶାନ୍ତିର ପରିବେଶ ରହିବ ଓ ପରସ୍ପର ମଧ୍ୟରେ ଉତ୍ତମ ବୁଝାମଣା ରହିବ । ଐଶ୍ୱର୍ଯ୍ୟଯୁକ୍ତ ହୋଇପାରନ୍ତି । ମାଲିମୋକଦ୍ଦମାରେ ବିଜୟୀ ହେବେ । ଧନଲାଭ ହେବ ।

ମୀନ: ବନ୍ଧୁଙ୍କ ସହଯୋଗ ପାଇବେ । ଚାକିରି ଓ ଶିକ୍ଷା କ୍ଷେତ୍ରରେ ଉନ୍ନତି ହେବ । କର୍ମଚଞ୍ଚଳ ରହିବେ । ଘାତଚନ୍ଦ୍ର ହେତୁ ବାଦବିବାଦ, ସ୍ୱାସ୍ଥ୍ୟ ଓ ଦୁର୍ଘଟଣା ପ୍ରତି ସତର୍କ ରହିବେ ।

Leave A Reply

Your email address will not be published.

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More