ସାମ୍ବାଦିକଙ୍କ ଚିକିତ୍ସା ପାଇଁ ମୁଖ୍ୟମନ୍ତ୍ରୀ ଦେଲେ ସହାୟତା

0

ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀ ନବୀନ ପଟନାୟକ ସାମ୍ବାଦିକଙ୍କ ସ୍ୱାସ୍ଥ୍ୟ ପାଇଁ ସ୍ୱତନ୍ତ୍ର ସହାୟତା ପ୍ରଦାନ କରୁଛନ୍ତି । ଏହି କ୍ରମରେ ଆଜି ଢେଙ୍କାନାଳ ଜିଲ୍ଲାର ଜଣେ କର୍ମଜୀବୀ ସାମ୍ବାଦିକଙ୍କ କିଡନି ପ୍ରତିରୋପଣ ପାଇଁ ପ୍ରାରମ୍ଭିକ ସହାୟତା ଭାବେ 2 ଲକ୍ଷ ଟଙ୍କା ପ୍ରଦାନ କରିଛନ୍ତି । ମୁଖ୍ୟମନ୍ତ୍ରୀଙ୍କ ପକ୍ଷରୁ ରାଜ୍ୟ ସରକାରଙ୍କ ପରାମର୍ଶଦାତା (ଗଣମାଧ୍ୟମ) ମାନସ ମଙ୍ଗରାଜ ଆଜି ଏହି ସହାୟତା ରାଶି ପ୍ରଦାନ କରିଛନ୍ତି ।

ଦୈନିକ ପ୍ରମେୟ ଖବରକାଗଜର ଢେଙ୍କାନାଳ ଜିଲ୍ଲା ପ୍ରତିନିଧି ଆଦିତ୍ୟ ପଣ୍ଡା କିଡନୀ ରୋଗରେ ପୀଡିତ ହୋଇ ତାଙ୍କର ଦୁଇଟି ଯାକ ଅକାମୀ ହୋଇଯାଇଛି । ତାଙ୍କ ଭଉଣୀ ତାଙ୍କୁ ଗୋଟିଏ କିଡନୀ ପ୍ରଦାନ କରିବାକୁ ସହମତି ଦେଇଛନ୍ତି। ତେବେ ପ୍ରତିରୋପଣ ପାଇଁ 9 ଲକ୍ଷ ଟଙ୍କା ଆବଶ୍ୟକ ।

ସାମ୍ବାଦିକ କଲ୍ୟାଣ ପାଣ୍ଠିରୁ ଏହି ସହାୟତା ପ୍ରଦାନ କରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେବା ପରେ ଆଜି ଶ୍ରୀ ମଙ୍ଗରାଜ ପ୍ରାରମ୍ଭିକ ସହାୟତା ଅର୍ଥ ପ୍ରଦାନ କରିଛନ୍ତି । ଜଣେ ସାମ୍ବାଦିକ ଭାବେ ମାନସଙ୍କର ସାମ୍ବାଦିକଙ୍କ ପ୍ରତି ରହିଥିବା ସହୃଦୟତାକୁ ବିଭିନ୍ନ ମହଲରୁ ସ୍ୱାଗତ କରାଯାଇଛି । ସହାୟତା ପାଇଥିବା ସାମ୍ବାଦିକ ଆଦିତ୍ୟ ପଣ୍ଡା ମଧ୍ୟ ରାଜ୍ୟ ସରକାରଙ୍କୁ କୃତଜ୍ଞତା ପ୍ରଦାନ କରିଛନ୍ତି ।

Leave A Reply

Your email address will not be published.

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More