ପ୍ରଧାନମନ୍ତ୍ରୀଙ୍କ ଆହ୍ୱାନକୁ ନବୀନଙ୍କ ସମର୍ଥନ

0

ଭୁବନେଶ୍ୱର : ମାର୍ଚ୍ଚ ୨୨(ରବିବାର)ରେ ‘ଜନତା କର୍ଫ୍ୟୁ’ ପାଳନ କରିବାକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଜନସାଧାରଣଙ୍କୁ ନିବେଦନ କରିଛନ୍ତି । ତେବେ ଏହାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସମର୍ଥନ କରିଛନ୍ତି ।

COVID -19 ସମଗ୍ର ମାନବଜାତି ଲାଗି ଏକ ଆହ୍ବାନ । ଏହି ପରିପ୍ରେକ୍ଷୀରେ ସଚେତନତା ସୃଷ୍ଟି ପାଇଁ ରବିବାର ସମସ୍ତେ ଘରେ ରୁହନ୍ତୁ । ଏଥିରେ ସହଯୋଗ କରନ୍ତୁ ବୋଲି ମୁଖ୍ୟମନ୍ତ୍ରୀ କହିଥିବା ଶୁକ୍ରବାର ଗୀତଗୋବିନ୍ଦ ସଦନରେ ଆୟୋଜିତ ଖବରଦାତା ସମ୍ମିଳନୀରେ ରାଜ୍ୟ ସରକାରଙ୍କ କରୋନା ଭୂତାଣୁ ସଂକ୍ରମଣ ସଚେତନତା କମିଟି ମୁଖ୍ୟ ପ୍ରବକ୍ତା ସୁବ୍ରତୋ ବାଗ୍ଚୀ ସୂଚନା ଦେଇ କହିଛନ୍ତି ।

ଜନତା କର୍ଫ୍ୟୁ ଅର୍ଥ ଜନସାଧାରଣଙ୍କ ଦ୍ୱାରା ସେମାନଙ୍କ ପାଇଁ ନିଜ ଉପରେ ଲଗାଯାଇଥିବା କର୍ଫ୍ୟୁ । ଏଣୁ ଆସନ୍ତା ରବିବାର ସକାଳ ୭ଟାରୁ ରାତି ୯ଟା ପର୍ୟ୍ୟନ୍ତ ଲୋକେ ଘରୁ ନ ବାହାରିବାକୁ ପ୍ରଧାନମନ୍ତ୍ରୀ ଆହ୍ବାନ ଦେଇଛନ୍ତି ।

Leave A Reply

Your email address will not be published.

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More