ଆଜି ମୁଖ୍ୟମନ୍ତ୍ରୀଙ୍କ କୋଭିଡ୍ ସମୀକ୍ଷା ବୈଠକ

0

ଭୁବନେଶ୍ୱର: ରାଜ୍ୟରେ କରୋନା ସଂକ୍ରମଣର ବୃଦ୍ଧି ପାଉଥିବାରୁ ଆକ୍ସନ ମୋଡ଼କୁ ଆସିଛନ୍ତି ରାଜ୍ୟ ସରକାର । ତେଣୁ ଆଜି ସନ୍ଧ୍ୟାରେ ରାଜ୍ୟରେ କୋଭିଡ଼ ସ୍ଥିତିର ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ । ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବସିବ ଏହି ଗୁରୁତ୍ୱପୂର୍ଣ୍ଣ ବୈଠକ । ଏହି ବୈଠକରେ ମୁଖ୍ୟ ଶାସନ ସଚିବଙ୍କ ସମେତ ଉନ୍ନୟନ କମିଶନର ଓ ଅନେକ ବରିଷ୍ଠ ଅଧିକାରୀ ଉପସ୍ଥିତ ରହିବେ । ଏହାଛଡା ବୈଠକରେ ସମସ୍ତ ଜିଲ୍ଲାପାଳ ମାନଙ୍କୁ ମଧ୍ୟ ଉପସ୍ଥିତ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି । ଅନ୍ୟପଟେ କୋଭିଡ୍ ସଂକ୍ରମଣକୁ ଦୃଷ୍ଟିରେ ରଖି ନୂଆ ପଦକ୍ଷେପ ଘୋଷଣା ହୋଇପାରେ ବୋଲି ଆଶା କରାଯାଉଛି ।

Leave A Reply

Your email address will not be published.

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More