ରାଜ୍ୟରେ ଆଉ ୧୧ କରୋନା ଆକ୍ରାନ୍ତ ଚିହ୍ନଟ : ଆକ୍ରାନ୍ତଙ୍କ ସଂଖ୍ୟା ୧୦୬୩କୁ ବୃଦ୍ଧି

0

ଭୁବନେଶ୍ୱର : ରାଜ୍ୟରେ ଆଉ ୧୧କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହାସହ ଓଡ଼ିଶାରେ ଆକ୍ରାନ୍ତଙ୍କ ସଂଖ୍ୟା ୧୦୬୩କୁ ବୃଦ୍ଧି ପାଇଛି । ଚିହ୍ନଟ ହୋଇଥିବା ୧୧ଜଣଙ୍କ ମଧ୍ୟରେ ୧୦ଜଣ ସଙ୍ଗରୋଧରେ ଥିଲେ ଓ ଅନ୍ୟଜଣେ ଆକ୍ରାନ୍ତ ସଙ୍ଗରୋଧ କେନ୍ଦ୍ର ଦାୟିତ୍ୱରେ ଥିବା କର୍ମଚାରୀ ବୋଲି ଜଣାପଡ଼ିଛି । ସମସ୍ତ ଆକ୍ରାନ୍ତ କଳାହାଣ୍ଡି ଜିଲ୍ଲାର ବୋଲି ଜଣାପଡିଛି I ସମସ୍ତ ଆକାରନ୍ତଙ୍କୁ ଭବାନୀପାଟଣା କୋଭିଡ଼ ହସ୍ପିଟାଲକୁ ସ୍ଥାନାନ୍ତରିତ କରାଯାଇଛି । ଆକ୍ରାନ୍ତ ଶ୍ରମିକ ମହାରାଷ୍ଟ୍ର, ଗୁଜୁରାଟ ଓ ଛତିଶଗଡ଼ ଫେରନ୍ତା । ଏନେଇ କଳାହାଣ୍ଡି ଜିଲ୍ଲାପାଳ ଗାଭାଲି ପରାଗ ହର୍ଷଦ ସୂଚନା ଦେଇଛନ୍ତି ।

ସୂଚନା ଅନୁସାରେ ରାଜ୍ୟରେ ୧୦୬୩ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସେମାନଙ୍କ ମଧ୍ୟରୁ ୩୪୩ଜଣ ସୁସ୍ଥ ହୋଇଛନ୍ତି ଓ ୬ଜଣଙ୍କର ମୃତ୍ୟୁ ହୋଇଛି । ବର୍ତ୍ତମାନ ରାଜ୍ୟରେ ୭୧୪ ଆକ୍ଟିଭ୍ କେସ୍ ରହିଛି ।

Leave A Reply

Your email address will not be published.

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More