ପୁଣି ଆଜି ୨୧୦ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ : ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୫୯୬୨କୁ ବୃଦ୍ଧି

0

ଭୁବନେଶ୍ୱର : ଦିନକୁ ଦିନ ଭୟଙ୍କର ରୂପ ନେଉଛି ମହାମାରୀ କରୋନା I ଆଜି ରାଜ୍ୟରେ ୧୮ଟି ଜିଲ୍ଲାରୁ ୨୧୦ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି I ଏଥିମଧ୍ୟରୁ ୧୭୪ ଜଣ କ୍ୱାରେଣ୍ଟାଇନ୍‌ରେ ଥିବା ବେଳେ ୩୬ ରୋଗୀ ସ୍ଥାନୀୟ ସଂକ୍ରମିତ ଥିବା ଜଣାପଡିଛି । ନୂଆ ୨୧୦ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୫୫୬୨ରେ ପହଞ୍ଚିଛି । ଏ ନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।
ଚିହ୍ନଟ ହୋଇଥିବା ୨୧୦ ଆକ୍ରାନ୍ତଙ୍କ ମଧ୍ୟରୁ ଗଞ୍ଜାମ ଜିଲ୍ଲାରୁ ସର୍ବାଧିକ ୫୮ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୪୭ ଜଣ, ଗଜପତି ଜିଲ୍ଲାରୁ ୨୯ଜଣ, ବଲାଙ୍ଗୀର ଜିଲ୍ଲାରୁ ୧୧ ଜଣ, ଯାଜପୁର ଓ ପୁରୀ ଜିଲ୍ଲାରୁ ୮ଜଣ ଲେଖାଏଁ, ଢ଼େଙ୍କାନାଳ ଓ ମୟୂରଭଞ୍ଜ ଜିଲ୍ଲାରୁ ୭ଜଣ ଲେଖାଏଁ, ସୁନ୍ଦରଗଡ଼ ଜିଲ୍ଲାରୁ ୬ଜଣ, କେନ୍ଦୁଝର ଓ କଟକ ଜିଲ୍ଲାରୁ ୫ଜଣ ଲେଖାଏଁ, ନୟାଗଡ଼ ଓ କେନ୍ଦ୍ରାପଡ଼ା ଜିଲ୍ଲାରୁ ୩ଜଣ ଲେଖାଏଁ, ନବରଙ୍ଗପୁର, ବାଲେଶ୍ବର ଜିଲ୍ଲାରୁ ୨ଜଣ ଲେଖାଏଁ, ଦେବଗଡ଼, ଅନୁଗୁଳ ଓ ସମ୍ବଲପୁର ଜିଲ୍ଲାରୁ ଜଣେ ଲେଖାଏଁ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏଥିସହ ଏନ୍‌ଡିଆର୍‌ଏଫ ର ୬ ଜଣ ଯବାନ ସଂକ୍ରମିତ ହୋଇଛନ୍ତି ।

Leave A Reply

Your email address will not be published.

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More