ଆଜି ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ନୂଆ ୨୧୦ କରୋନା ପଜିଟିଭ ଚିହ୍ନଟ : ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୯ ହଜାର ୯୦୪କୁ ବୃଦ୍ଧି

0

ଭୁବନେଶ୍ୱର : ଆଜି ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଆଉ ନୂଆ ୨୧୦ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ନୂଆ ୨୧୦ ଆକ୍ରାନ୍ତଙ୍କ ମଧ୍ୟରୁ ୧୨୪ ଜଣ ସଂଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୮୬ଜଣ ସ୍ଥାନୀୟ ସଂକ୍ରମିତ ଅଛନ୍ତି । ନୂତନ ସଂକ୍ରମିତଙ୍କୁ ମିଶାଇ ରାଜ୍ୟରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୩ ଲକ୍ଷ ୩୯ ହଜାର ୯୦୪ରେ ପହଞ୍ଚିଛି । ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
ନୂଆ ୨୧୦ ଆକ୍ରାନ୍ତଙ୍କ ମଧ୍ୟରେ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୫୧ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହାଛଡ଼ା ନୂଆପଡ଼ାରୁ ୨୩, କଟକରୁ ୧୯ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ବଲାଙ୍ଗୀର, କଳାହାଣ୍ଡି, ସୁନ୍ଦରଗଡ଼ ଓ ଷ୍ଟେଟ୍ ପୁଲରୁ ୧୨ ଲେଖାଏଁ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏତଦବ୍ୟତୀତ ସମ୍ବଲପୁରରୁ ୧୧ଜଣ, ପୁରୀରୁ ୫, କେନ୍ଦ୍ରପଡ଼ାରୁ ୨, ନୟାଗଡ଼ରୁ ୨, ରାୟଗଡ଼ାରୁ ୨, ଅନୁଗୁଳରୁ ୭, ବାଲେଶ୍ବରରୁ ୬, ଗଞ୍ଜାମରୁ ୩ଜଣ ଓ ଝାରସୁଗୁଡ଼ାରୁ ୪ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେହିପରି ଢେଙ୍କାନାଳ, ନବରଙ୍ଗପୁର ଓ କେନ୍ଦୁଝରରୁ ଜଣେ ଲେଖାଏଁ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଠିକ୍ ସେହିପରି ମୟୂରଭଞ୍ଜ, ଯାଜପୁର ଓ ବରଗଡ଼ରୁ ୮ ଲେଖାଏଁ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

Leave A Reply

Your email address will not be published.

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More