ଭୁବନେଶ୍ୱର : ଆଜି ରାଜ୍ୟରେ ୨୪ ଘଣ୍ଟା ମଧ୍ୟରେ ଆଉ ନୂଆ ୫୮ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେଥିମଧ୍ୟରୁ ୩୫ ଜଣ କ୍ୱାରେଣ୍ଟାଇନ୍ରେ ଥିବା ବେଳେ ୨୩ଜଣ ରୋଗୀ ସ୍ଥାନୀୟ ସଂକ୍ରମିତ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩ ଲକ୍ଷ ୩୬ ହଜାର ୦୪୨ କୁ ବଢ଼ିଛି । ଏ ନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।