ଭୁବନେଶ୍ୱର : ଆଜ ରାଜ୍ୟରେ ୨୪ ଘଣ୍ଟାରେ ମଧ୍ୟରେ ଆଉ ନୂଆ ୭୧ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୩୫୨୮୨ ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ନୂଆ ସଂକ୍ରମିତଙ୍କ ମଧ୍ୟରୁ ୪୨ ଜଣ କ୍ବାରେଣ୍ଟାଇନ୍ରେ ରହିଥିବା ବେଳେ ୨୯ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।