ରାଜ୍ୟରେ ନୂଆ ୯୧ କରୋନା ଆକ୍ରାନ୍ତ ଚିହ୍ନଟ : ସମ୍ବଲପୁରରୁ ପ୍ରଥମ ଆକ୍ରାନ୍ତ ଚିହ୍ନଟ, ଆକ୍ରାନ୍ତଙ୍କ ସଂଖ୍ୟା ୮୨୮ କୁ ବୃଦ୍ଧି

0

ଭୁବନେଶ୍ୱର : ପ୍ରଥମ ଥରପାଇଁ ସମ୍ବଲପୁରକୁ ଛୁଇଁଲା କରୋନା । ରାଜ୍ୟରେ କରୋନା ଆକ୍ରାନ୍ତ ସଂଖ୍ୟା କମିବାର ନାଁ ଧରୁ ନାହିଁ । ଦିନକୁ ଦିନ ବଢ଼ିବାରେ ଲାଗିଛି । ଆଜି ରାଜ୍ୟରେ ଆଉ ୯୧କରୋନା ପଜେଟିଭ ଟିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୮୭ ଜଣ କ୍ୱାରେଣ୍ଟାଇନ ସେଣ୍ଟରରେ ଥିଲେ । ଏହାସହ ରାଜ୍ୟରେ ଆଉ ଦୁଇଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ସ୍ୱସ୍ଥ୍ୟ ଓ ପରିବାର କଲ୍ୟାଣ ବିିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ମୃତକ ଦୁଇଜଣ ଗଂଜାମ ଜିଲ୍ଲାର । ଏବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୮୨୮ରେ ପଂହଚିଛି । ବର୍ତ୍ତମାନ ପ୍ରବାସୀ ଲୋକ ଆସିଲା ପରେ ରାଜ୍ୟରେ ବୃଦ୍ଧି ର ମାତ୍ରା ପାଇଛି । ଏଥିମଧ୍ୟରୁ ରାଜ୍ୟରେ ଜଣ ସୁସ୍ଥ ୧୯୬ ହୋଇଥିବା ବେଳେ ୫ ଜଣଙ୍କର ମୃତ୍ୟୁ ହୋଇଛି ।

Leave A Reply

Your email address will not be published.

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More