ଆଜି ରାଜ୍ୟରେ ଚିହ୍ନଟ ହେଲେ ଆଉ ୧୦୫ ଜଣ କରୋନା ପଜିଟିଭ : ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୫ ହଜାର ୭୯୭କୁ ବୃଦ୍ଧି
ଭୁବନେଶ୍ୱର : ଆଜି ରାଜ୍ୟରେ ୨୪ ଘଣ୍ଟା ମଧ୍ୟରେ ୨୨ଟି ଜିଲ୍ଲାରୁ ୧୦୫ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଚିନ୍ହଟ ହୋଇଥିବା ନୂଆ ୧୦୫ ଜଣ ଆକ୍ରାନ୍ତଙ୍କ ମଧ୍ୟରୁ ୬୩ ଜଣ କ୍ୱାରେଣ୍ଟାଇନ୍ରେ ଥିବା ବେଳେ ୪୨ ଜଣ ରୋଗୀ ସ୍ଥାନୀୟ ସଂକ୍ରମିତ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩ ଲକ୍ଷ ୩୫ ହଜାର ୭୯୭କୁ ବଢ଼ିଛି । ଏ ନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।