ଆଜିଠୁ ଆରମ୍ଭ ହେଲା ବିଧାନସଭାର ମୌସୁମୀ ଅଧିବେଶନ ।

0

ଭୁବନେଶ୍ୱର : ଆଜିଠୁ ଆରମ୍ଭ ହେଲା ବିଧାନସଭାର ମୌସୁମୀ ଅଧିବେଶନ । ଗୃହ କାର୍ଯ୍ୟ ଆରମ୍ଭରୁ ଦିବଙ୍ଗତ ନେତା ଓ କୋଭିଡ ଯୋଦ୍ଧାମାନଙ୍କ ଉଦ୍ଦେଶ୍ୟରେ ଶୋକ ପ୍ରସ୍ତାଵ ଆଗତ ହୋଇଛି । କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଭିଡିଓ କନଫରେନ୍ସିଂ ଜରିଆରେ ମୁଖ୍ୟମନ୍ତ୍ରୀ ନବୀନ ନିବାସରୁ ଅଧିବେଶନରେ ଯୋଡି ହୋଇଛନ୍ତି । ସେହିପରି ବିରୋଧୀ ଦଳ ନେତା ପ୍ରଦୀପ୍ତ ନାୟକ ଭିଡିଓ କନଫରେନ୍ସିଂ ଜରିଆରେ ଏମ୍ସର ଅତିଥି ଭବନରୁ ଅଧିବେଶନ ସହ ଯୋଡି ହୋଇଛନ୍ତି । ପୂର୍ବତନ ମନ୍ତ୍ରୀ ବିଜୟଶ୍ରୀ ରାଉତରାୟ, କାର୍ତ୍ତିକ ତରାଇ, ଓ ଅନ୍ୟ ଦିବଙ୍ଗତ ନେତାଙ୍କ ପାଇଁ ଶୋକ ପ୍ରସ୍ତାବ ଆଗତ ହୋଇଛି । ଏହି ମୌସୁମୀ ଅଧିବେଶନ ଆସନ୍ତା ୯ ତାରିଖ ପର୍ଯ୍ୟନ୍ତ ଚାଲିବ । କୋଭିଡ୍ କଟକଣା ମଧ୍ୟରେ ବିଧାନସଭାର ମୌସୁମୀ ଅଧିବେଶନ ଆରମ୍ଭ ହୋଇଛି । ଏହି ସ୍ୱଳ୍ପକାଳୀନ ଅଧିବେଶନ ମଧ୍ୟରେ ୮ଟି କାର୍ଯ୍ୟ ଦିବସ ରହିଥିବା ବେଳେ ୧୨ଟି ବିଲ୍ ଆଗତ ହେବ ।

Leave A Reply

Your email address will not be published.

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More