ପ୍ରକାଶ ପାଇଲା ପିପିଲି ଉପନିର୍ବାଚନ ପାଇଁ ବିଜ୍ଞପ୍ତି : ୧୭ ତାରିଖରେ ଭୋଟ

0

ଭୁବନେଶ୍ୱର : ଆଜି ରାଜ୍ୟ ନିର୍ବାଚନ ଅଧିକାରୀଙ୍କ ପକ୍ଷରୁ ବିଧିବଦ୍ଧ ଭାବେ ପିପିଲି ଉପନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି । ଆଜିଠାରୁ ପ୍ରାର୍ଥୀ ନାମାଙ୍କନପତ୍ର ଦାଖଲ କରିପାରିବେ । ମାର୍ଚ୍ଚ ୩୦ ତାରିଖ ଯାଏଁ ପ୍ରାର୍ଥୀପତ୍ର ଦାଖଲ ଜାରି ରହିବ । ମାର୍ଚ୍ଚ ୩୧ ତାରିଖରେ ପ୍ରାର୍ଥୀପତ୍ର ଯାଞ୍ଚ କରାଯିବ । ଏପ୍ରିଲ ୩ ତାରିଖ ହେଉଛି ପ୍ରାର୍ଥୀପତ୍ର ପ୍ରତ୍ୟାହାରର ଶେଷ ତାରିଖ ରହିଛି । ମଇ ୨ ତାରିଖରେ ଭୋଟ ଗଣତି କରାଯିବ ବୋଲି ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ କହିଛନ୍ତି । ଏପ୍ରିଲ ମାସ ୧୭ ତାରିଖରୁ ସକାଳ ୭ଟାରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ଭୋଟ ଗ୍ରହଣ କରାଯିବ । ମେ ମାସ ୪ ତାରିଖ ସୁଦ୍ଧା ନିର୍ବାଚନ ପ୍ରକ୍ରିୟା ସମାପ୍ତ ହେବ ।

Leave A Reply

Your email address will not be published.

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More