ଜାନୁଆରୀ ୬ ତାରିଖରୁ ରାଜଭବନ ଉଦ୍ୟାନ ସର୍ବସାଧାରଣଙ୍କ ପାଇଁ ଖୋଲିବ ।

0

ରାଜଭବନ ଉଦ୍ୟାନ ସର୍ବସାଧାରଣ ଓ ଛାତ୍ରଛାତ୍ରୀଙ୍କ ପାଇଁ ଜାନୁଆରୀ ୬ ତାରିଖରୁ ଜାନୁଆରୀ ୨୦ ତାରିଖ ପର୍ଯ୍ୟନ୍ତ ଖୋଲା ରହିବ । ଛୁଟିଦିନ ଓ ରବିବାର ସହିିତ ପ୍ରତ୍ୟେହ ଅପରାହ୍ନ ୨ଟାରୁ ୫ଟା ପର୍ଯ୍ୟନ୍ତ ସର୍ବସାଧାରଣ ଉଦ୍ୟାନ ପରିଦର୍ଶନ କରିପାରିବେ । ତେବେ ଅପରାହ୍ନ ୪.୩୦ ପର୍ଯ୍ୟନ୍ତ ଉଦ୍ୟାନକୁ ପ୍ରବେଶ କରିହେବ । ୱାଟର ଫାଉଣ୍ଟେନ, ମ୍ୟୁଜିକାଲ ଫାଉଣ୍ଟେନ, ଗୋଲାପ ଉଦ୍ୟାନ, ହରିଣ ପାର୍କ, ମୟୁର, ବତକ, କକାଟେଲ ପକ୍ଷୀ ଘର ଏବଂ ସର୍ବୋପରି ଉଦ୍ୟାନର ସବୁଜିମା ପରିଦର୍ଶକମାନଙ୍କୁ ବିଶେଷ ଭାବରେ ଆକର୍ଷିତ କରିବ । ପରିଦର୍ଶନ ସମୟରେ ରାଜଭବନ ପରିସରକୁ ସାଂଗରେ ଖାଦ୍ୟଦ୍ରବ୍ୟ ଓ ଅନ୍ୟାନ୍ୟ ଆପତ୍ତିଜନକ ସାମଗ୍ରୀ ନଆଣିବା ସହ ସ୍ୱଚ୍ଛତା ଓ ଶୃଙ୍ଖଳା ବଜାୟ ରଖିବାକୁ ରାଜଭବନ ପକ୍ଷରୁ ଅନୁରୋଧ କରାଯାଇଛି ।

ରକ୍ଷକ ନାୟକ,

ରାଜ୍ୟପାଳଙ୍କ ଲୋକସଂପର୍କ ଅଧିକାରୀ

Leave A Reply

Your email address will not be published.

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More