ରାଉରକେଲା ଷ୍ଟିଲ୍ ପ୍ଲାଣ୍ଟରେ ବିଷାକ୍ତ ଗ୍ୟାସ୍ ଲିକ୍ : ୨ ମୃତ , ୪ ଗୁରୁତର

0

ଭୁବନେଶ୍ୱର : ରାଉରକେଲା ଷ୍ଟିଲ୍ ପ୍ଲାଣ୍ଟରେ ବିଷାକ୍ତ ଗ୍ୟାସ୍ ଲିକ୍ । ଖବର ପାଇ ପ୍ଲାଣ୍ଟର ଅଗ୍ନିଶମ କର୍ମଚାରୀ ପହଞ୍ଚି ଅସୁସ୍ଥ ୧୦ ଜଣଙ୍କୁ ଉଦ୍ଧାର କରିଥିଲେ । ସେମାନଙ୍କୁ ପ୍ରଥମେ ପ୍ଲାଣ୍ଟରେ ଥିବା ସ୍ୱାସ୍ଥ୍ୟକେନ୍ଦ୍ରରେ ପ୍ରାଥମିକ ଚିକିତ୍ସା ପରେ ଆଇଜିଏଚ୍ରେ ଭର୍ତ୍ତି କରାଯାଇଥିଲା । ସେଠାରେ ୨ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୨ ଜଣଙ୍କ ଅବସ୍ଥା ଗୁରୁତର ଅଛି । ଅନ୍ୟ ୬ ଜଣ ସୁସ୍ଥ ଥିବା ଜଣାପଡ଼ିଛି । କୋଲ୍ କେମିକାଲ ବିଭାଗରେ ଗ୍ୟାସ୍ ଲିକ୍ ହୋଇଛି ବୋଲି ଜଣା ପଡିଛି ।

Leave A Reply

Your email address will not be published.

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More