ସର୍ଦ୍ଧାର ପଟେଲଙ୍କୁ ଶ୍ରଦ୍ଧାଞ୍ଜଳି ଦେଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି

0

ଆଜି ଦେଶ ପାଳୁଛି ସର୍ଦ୍ଦାର ପଟେଲଙ୍କ ଜନ୍ମଜୟନ୍ତୀ I ସର୍ଦ୍ଦାର ପଟେଲଙ୍କ ଏହି ଜନ୍ମ ତିଥୀକୁ ଦେଶ ପାଳନ କରୁଛି ଜାତୀୟ ଏକତା ଦିବସ ଭାବେ । ଏଥିପାଇଁ ଦେଶବ୍ୟାପୀ ‘ରନ୍‌ ଫର ୟୁନିଟି’ କାର୍ଯ୍ୟକ୍ରମ ଶୁଭାରମ୍ଭ ହୋଇଛି I କାର୍ଯ୍ୟକ୍ରମରେ ହଜାର ହଜାର ଲୋକ ସାମିଲ ହୋଇ ଗଣଦୌଡ଼ରେ ଭାଗନେଇଛନ୍ତି । ଗୁଜରାଟର କେୱାଡିଆଠାରେ ଥିବା ଷ୍ଟାଚ୍ୟୁ ଅଫ୍‌ ୟୁନିଟି ଅର୍ଥାତ ଦେଶର ପ୍ରଥମ ଉପପ୍ରଧାନମନ୍ତ୍ରୀ ସର୍ଦ୍ଦାର ବଲ୍ଲଭ ଭାଇ ପଟେଲଙ୍କ ବିଶାଳ ପ୍ରତିମୂର୍ତ୍ତିରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ପୁଷ୍ପମାଲ୍ୟ ଅର୍ପଣ କରି ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି । ରାଷ୍ଟ୍ରୀୟ ଏକତା ପାଇଁ ଶପଥ ପାଠ କରାଇଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି I

Leave A Reply

Your email address will not be published.

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More