ଆଜିଠାରୁ ବଦଳିଛି ପାଗ । ଗୁରୁଚାପ ବଳୟ ପ୍ରଭାବ ହ୍ରାସ ଯୋଗୁଁ ତାପମାତ୍ରା ହ୍ରାସ ପାଉଛି । ରାଜ୍ୟର ବିଭିନ୍ନ ଜିଲ୍ଲାରେ ବର୍ଷା ସହ ପାଗରେ ପରିବର୍ତ୍ତନ ଦେଖିବାକୁ ମିଳିଛି । କୋରାପୁଟ, କଳାହାଣ୍ଡି ଜିଲ୍ଲାରେ ହାଲୁକା ବର୍ଷା ହୋଇଛି । ତେବେ ଆଗାମୀ ୩ରୁ ୪ ଦିନ ଯାଏଁ କାଳବୈଶାଖୀ ପ୍ରଭାବ ବଢ଼ିବା ସମ୍ଭାବନା । ୩ ଦିନ ମଧ୍ୟରେ ଦିନ ତାପମାତ୍ରା ୨ରୁ ୪ ଡିଗ୍ରୀ ଖସିବା ସମ୍ଭାବନା । ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ନେଇ ୨୧ ତାରିଖ ସକାଳ ସାଢ଼େ ୮ଟାରୁ ୨୨ ତାରିଖ ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ ବିଭିନ୍ନ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି |