ଆଜି ବି ପ୍ରବଳ ବର୍ଷିବ !

୧୨ ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ

0

ଭୁବନେଶ୍ୱର: ରାଜ୍ୟରେ ସକ୍ରିୟ ରହିଛି ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ । ଲଘୁଚାପ ପ୍ରଭାବରେ ସାରା ରାଜ୍ୟରେ ବର୍ଷା ଜାରି ରହିଛି । ଆଜି ପଶ୍ଚିମ ଓ ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଥିବା ବେଳେ ବର୍ଷା ହେବା ନେଇ ୧୨ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ସରୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ବଲାଙ୍ଗୀର, ନୂଆପଡ଼ା, କଳାହାଣ୍ଡି ଓ କନ୍ଧମାଳରେ ପ୍ରବଳ ବର୍ଷା ହେବା ନେଇ ସୂଚନା ଦେଇଛି ପାଣିପାଗ ବିଭାଗ । ସେହିପରି ନବରଙ୍ଗପୁର, କୋରାପୁଟ, ମାଲକାନଗିରି, ରାୟଗଡ଼ା ଓ ଗଜପତିରେ ବଧ୍ୟ ବର୍ଷିବ ବୋଲି କହିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ।
ରାଜ୍ୟରେ ଲଘୁଚାପ ପ୍ରଭାବରେ ଗତ କିଛି ଦିନ ହେବ ପ୍ରବଳ ବର୍ଷା ଜାରି ରହିଛି । ଓଡ଼ିଶାର ବିଭିନ୍ନ ଜିଲ୍ଲା ସହ କଟକ ଓ ଭୁବନେଶ୍ୱରରେ ମଧ୍ୟ ପ୍ରବଳ ବର୍ଷା ହେଉଛି । ଫଳରେ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି ।

Leave A Reply

Your email address will not be published.

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More